ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଆୟୋଜିତ ସଭାରେ ସିପିଆଇ ଗଞ୍ଜାମ ଜିଲା ପରିଷଦ ସଦସ୍ୟ ଅଳକ ନାଥ ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ସ୍ଵାଧୀନତା ସଂଗ୍ରାମରେ ଡ଼.ଆମ୍ବେଦକର ଭୂମିକା ସମେତ ସ୍ଵାଧୀନତା ପରବର୍ତ୍ତୀ ସମୟରେ ତାଙ୍କ ଲିଖିତ ଭାରତର ସମ୍ବିଧାନ ସମ୍ପର୍କରେ ଉଦବୋଧନ ଦେଇଥିଲେ। ଅରୁଣ ମହାରଣା, ବାବୁଲା ରେଡ୍ଡୀ, ବାଲାଜୀ ରେଡ୍ଡୀ, ବିନାୟକ ରେଡ୍ଡୀ, ରବି ସେଠୀଙ୍କ ସମେତ ବହୁ ସଂଖ୍ୟକ ଦଳୀୟ କର୍ମୀ ଉପସ୍ଥିତ ଥିଲେ।ସେହିପରି ସ୍ଥାନୀୟ ସିପିଆଇ(ଏମ) କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇନଜୀବି ତଥା ଅଖିଳ ଭାରତ କୃଷକ ସଭା ର ଗଞ୍ଜାମ ଜିଲା ସମ୍ପାଦକ ପି.ଶିବଶଙ୍କର ଅଧ୍ୟକ୍ଷତା କରିଥିଲେ। ସିପିଆଇ(ଏମ)ର ପୂର୍ବତନ ଜିଲା ସମ୍ପାଦକ କୈଳାସ ଷଡଙ୍ଗୀ,ସିପିଆଇର ଜିଲା ପରିଷଦ ସଦସ୍ୟ ଅଳକ ନାଥ ମିଶ୍ର ଏବଂ ଗଣତାନ୍ତ୍ରିକ ମହିଳା ସମିତି ର କାର୍ଯ୍ୟକର୍ତ୍ତା ଜୟନ୍ତୀବାଳା ମିଶ୍ର ସମ୍ବିଧାନର ଜନକ ଡ଼.ଆମ୍ବେଦକର ଙ୍କ ସ୍ମୃତିଚାରଣ କରିଥିଲେ। ସେ ଜଣେ ଏକାଧାରରେ ଅର୍ଥନୀତିଜ୍ଞ,ସମାଜସଂସ୍କାରକ,ବିଦ୍ୱାନ ରାଜନୀତିଜ୍ଞ ଓ ନ୍ୟାୟମୂର୍ତ୍ତି ଭାବେ ସୁନାମ ଅର୍ଜନ କରିଥଲେ ବୋଲି ସଭାରେ ମତପ୍ରକାଶ ପାଇଥିଲା। ସଭାରେ ଭି.ସୁଦର୍ଶନ ରାଜୁ.ପି. ଆଦ୍ୟାଶା , ଅଭିଶ୍ମିତା ମଣ୍ଡଳ,ସୁଚିଶ୍ମିତା ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri