Posted inଜାତୀୟ

ବନ୍ୟା ପୀଡ଼ିତଙ୍କୁ ଆଇଏଏସଙ୍କ ଉତ୍ତର, ‘ଜମାଟୋ ସର୍ଭିସ ଚଲାଉ ନାହାନ୍ତି ସରକାର…’

ଲକ୍ଷ୍ନୌ,୧୪ ।୧୦: ଉତ୍ତର ପ୍ରଦେଶର ଆମ୍ବେଦକର ନଗର ଘାଘରା ନଦୀର ଜଳସ୍ତର ବଢି ଯାଇଥିବାରୁ ଏହାର ଆଖପାଖ ଅଞ୍ଚଳରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହି ବିପତ୍ତି ମଧ୍ୟରେ ଜିଲାପାଳ ସାମୁଏଲ ପଲ ଏନଙ୍କର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉକ୍ତ ଭିଡିଓରେ ସେ ବନ୍ୟା ପୀଡ଼ିତଙ୍କୁ କହୁଛନ୍ତି, ସରକାର କୌଣସି ଜମାଟୋ ସର୍ଭିସ ଚଲାଉ ନାହାନ୍ତି ଯେ ଘର ଘର ଖାଦ୍ୟ ପହଞ୍ଚାଇବେ । ଏବେ ଏହା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଆଲୋଚନାର ପରିସରକୁ ଆସିଯାଇଛି ।
ଭାଇରାଲ ଭିଡିଓରେ ଜିଲାପାଳ ସାମୁଏଲ ପଲ ଏନ ବନ୍ୟା ଆଶ୍ରୟ ସ୍ଥଳ ନିକଟରେ ବନ୍ୟା ପୀଡ଼ିତଙ୍କୁ କହୁଛନ୍ତି, ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଇଛି । କ୍ଲୋରିନ ଟାବଲେଟ ଦିଆଯିବ, କାହାକୁ କୌଣସି ସମସ୍ୟା ହେବ ନାହିଁ, କେହି ରୋଗଗ୍ରସ୍ତ ହେଲେ ଡାକ୍ତର ଆସି ଦେଖିଦେବେ । ସେଥିପାଇଁ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଇଛି । ବନ୍ୟା ଆଶ୍ରୟ ସ୍ଥଳର କ’ଣ ଉଦ୍ଦେଶ୍ୟ ରହିଛି । ଯଦି ଆପଣ ଘରେ ରହିବେ ତେବେ କ’ଣ ଆମେ ଘର ଘର ଖାଦ୍ୟ ପହଞ୍ଚାଇବୁ, ଜମାଟୋ ସର୍ଭିସ ଚଲାଉଛନ୍ତି କି ସରକାର । ସୂଚନାଯୋଗ୍ୟ, ବନ୍ୟା ପୀଡ଼ିତଙ୍କ ପାଇଁ ୫୦୦ ମିଟର ବା ୧ କିଲୋମିଟର ମଧ୍ୟରେ ଗୋଟିଏ ଲେଖାଏଁ ବନ୍ୟା ଆଶ୍ରୟ ସ୍ଥଳ ଖୋଲା ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri