ଟ୍ରକ୍‌କୁ ପଛରୁ ପିଟିଲା ଆମ୍ବୁଲାନ୍ସ: ମହିଳା ରୋଗୀଙ୍କ ସମେତ ୩ଜଣଙ୍କ ଜୀବନ ଗଲା

ଚଣ୍ଡିଖୋଲ, ୧।୫ (ଡି.ଏନ୍‌.ଏ.): ଯାଜପୁର ଜିଲା ବଡଚଣା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ଚଣ୍ଡିଖୋଲ ଓ ବଡଚଣା ମଧ୍ୟସ୍ଥଳୀରେ ଶନିବାର ବିଳମ୍ବିତ ରାତିରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି। ଏକ ମାଲବାହୀ ଟ୍ରକ ପଛରେ ୧୦୮ ଆମ୍ବୁଲାନ୍ସ ଧକ୍କା ଦେବାରୁ ଘଣାସ୍ଥଳରେ ଆମ୍ବୁଲାନ୍ସରେ ଥିବା ୪ଜଣଙ୍କ ମଧ୍ୟରୁ ୩ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ବାଲେଶ୍ୱର ଅଞ୍ଚଳରୁ ୧୦୮ ଆମ୍ବୁଲାନ୍ସ ଜଣେ ମହିଳା ରୋଗୀଙ୍କୁ ଧରି କଟକ ଅଭିମୁଖେ ଆସୁଥିଲା। ୧୬ନଂ ଜାତୀୟ ରାଜପଥର ଚଣ୍ଡିଖୋଲ ଛକରୁ ବଡଚଣା ଛକ ମଧ୍ୟବର୍ତ୍ତୀ ସ୍ଥାନରେ ଥିବା ରାଜପଥ ହୋଟେଲ ସମ୍ମୁଖରେ ଗାଡ଼ିଟି ଦୁର୍ଘଟଣାଗସ୍ତ ହୋଇଥିଲା। ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ମାଲ ବୋଝେଇ ଟ୍ରକକୁ ଆମ୍ବୁଲାନ୍ସ ପଛ ପଟରୁ ପିଟିଥିଲା। ଫଳରେ ଆମ୍ବୁଲାନ୍ସରେ ଥିବା ଡ୍ରାଇଭର, ମହିଳା ରୋଗୀ ଓ ଜଣେ ଫାର୍ମାସିଷ୍ଟଙ୍କ ମୃତ୍ୟୁ ଘଟିଛି। ଏଥିରେ ରୋଗୀଙ୍କ ଜଣେ ସମ୍ପର୍କୀୟ ଗୁରୁତର ହୋଇଛନ୍ତି। ଖବର ପାଇ ଚଣ୍ଡିଖୋଲ ଫାଣ୍ଡି ପୋଲିସ ଓ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି କରିଥିଲେ। ଅଗ୍ନିଶମ ବାହିନୀର କର୍ମଚାରୀମାନେ ଆମ୍ବୁଲାନ୍ସକୁ କାଟି ଖଣ୍ଡ ଖଣ୍ଡ କରି ସମସ୍ତଙ୍କୁ ବାହାର କରିଥିଲେ। ସେମାନଙ୍କୁ ବଡଚଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିଆଯାଇଥିଲା ବେଳେ ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଜଣେ ଗୁରୁତର ଥିବାରୁ ତାକୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇ ଥିଲା। ତେବେ ଖବର ଲେଖାଯିବା ସୁଦ୍ଧା ମୃତକମାନଙ୍କ ପରିଚୟ ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?