ଆମ୍ବୁଲାନ୍ସ-ବାଇକ୍‌ ଧକ୍କା: ମା’,ବାପା, ଝିଅ ମୃତ

ଧର୍ମଶାଳା, ୨୬।୯ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍‌ ମୁହାଁମୁହିଁ ହେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଅଞ୍ଚଳର ଶଙ୍କର୍ଷଣ ସାହୁ (୩୪), ତାଙ୍କ ସ୍ତ୍ରୀ ମାମିନା(୨୮) ଓ ଝିଅ ସମ୍ପୂର୍ଣ୍ଣା (୭)। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଆମ୍ବୁଲାନ୍ସରେ ଥିବା ରୋଗୀ ଓ ତାଙ୍କ ସମ୍ପର୍କୀୟ ସୁସ୍ଥ ଥିବା ବେଳେ ଆମ୍ବୁଲାନ୍ସ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ପୋଲିସ କହିଛି।
ଘଟଣା ମୁତାବକ, ଶଙ୍କର୍ଷଣ, ମାମିନା ଓ ସମ୍ପୂର୍ଣ୍ଣା ଏକ ବାଇକ୍‌ରେ କଟକ ବିଡ଼ାନାସୀ ଅଞ୍ଚଳରୁ ଯୋଗେ ନିଜ ଘରକୁ ଯାଉଥିଲେ। ବିପରୀତ ଦିଗରୁ ଆସୁଥିବା ଏକ ଆମ୍ବୁଲାନ୍ସ ନେଉଳପୁର ଛକ ନିକଟରେ ତାଙ୍କ ଗାଡ଼ିକୁ ସାମନା ପଟୁ ଧକ୍କା ଦେଇଥିଲା। ଫଳରେ ୩ ଜଣ ଯାକ ବାଇକ୍‌ରୁ ଛିଟ୍‌କି ପଡ଼ିଥିଲେ। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ଘଟଣାସ୍ଥଳରେ କିଛି ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉତ୍ତ୍ୟକ୍ତ ଲୋକେ ଆମ୍ବୁଲାନ୍ସ ପୋଡ଼ି ଦେବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ଅନ୍ୟପଟେ ଆମ୍ବୁଲାନ୍ସରେ ଥିବା ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କୁ ଚଣ୍ଡିଖୋଲ ଦମକଳ ବାହିନୀ ଉଦ୍ଧାର କରି ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ପୋଲିସ ଦୁର୍ଘଟଣାଗସ୍ତ ଆମ୍ବୁଲାନ୍ସ (ନଂ-ଓଡି ୨୨ ଏନ ୪୯୫୭) ଓ ବାଇକ୍‌କୁ ଜବତ କରିବା ସହ ମାମଲା (ନଂ.-୩୯୫/୨୦) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଜାତୀୟ ରାଜପଥ ପ୍ରଶସ୍ତୀକରଣ କାମ ଚାଲିଥିବାରୁ ରାସ୍ତାର ଗୋଟିଏ ପାର୍ଶ୍ୱରେ ଗାଡ଼ିମୋଟର ଚଳାଚଳ କରୁଛି। ଏଥିଯୋଗୁ ଅନେକ ସମୟରେ ଦୁର୍ଘଟଣାମାନ ଘଟୁଛି। ସ୍ଥାନୀୟ ପ୍ରଶାସନ ଓ ଦାୟିତ୍ୱରେ ଥିବା ଠିକାସଂସ୍ଥା ଏ ଦିଗରେ ଦୃଷ୍ଟି ଦେଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri