ଆମ୍ବୁଲାନ୍ସ-ବାଇକ୍‌ ଧକ୍କା: ମା’,ବାପା, ଝିଅ ମୃତ

ଧର୍ମଶାଳା, ୨୬।୯ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍‌ ମୁହାଁମୁହିଁ ହେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଅଞ୍ଚଳର ଶଙ୍କର୍ଷଣ ସାହୁ (୩୪), ତାଙ୍କ ସ୍ତ୍ରୀ ମାମିନା(୨୮) ଓ ଝିଅ ସମ୍ପୂର୍ଣ୍ଣା (୭)। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଆମ୍ବୁଲାନ୍ସରେ ଥିବା ରୋଗୀ ଓ ତାଙ୍କ ସମ୍ପର୍କୀୟ ସୁସ୍ଥ ଥିବା ବେଳେ ଆମ୍ବୁଲାନ୍ସ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ପୋଲିସ କହିଛି।
ଘଟଣା ମୁତାବକ, ଶଙ୍କର୍ଷଣ, ମାମିନା ଓ ସମ୍ପୂର୍ଣ୍ଣା ଏକ ବାଇକ୍‌ରେ କଟକ ବିଡ଼ାନାସୀ ଅଞ୍ଚଳରୁ ଯୋଗେ ନିଜ ଘରକୁ ଯାଉଥିଲେ। ବିପରୀତ ଦିଗରୁ ଆସୁଥିବା ଏକ ଆମ୍ବୁଲାନ୍ସ ନେଉଳପୁର ଛକ ନିକଟରେ ତାଙ୍କ ଗାଡ଼ିକୁ ସାମନା ପଟୁ ଧକ୍କା ଦେଇଥିଲା। ଫଳରେ ୩ ଜଣ ଯାକ ବାଇକ୍‌ରୁ ଛିଟ୍‌କି ପଡ଼ିଥିଲେ। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ଘଟଣାସ୍ଥଳରେ କିଛି ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉତ୍ତ୍ୟକ୍ତ ଲୋକେ ଆମ୍ବୁଲାନ୍ସ ପୋଡ଼ି ଦେବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ଅନ୍ୟପଟେ ଆମ୍ବୁଲାନ୍ସରେ ଥିବା ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କୁ ଚଣ୍ଡିଖୋଲ ଦମକଳ ବାହିନୀ ଉଦ୍ଧାର କରି ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ପୋଲିସ ଦୁର୍ଘଟଣାଗସ୍ତ ଆମ୍ବୁଲାନ୍ସ (ନଂ-ଓଡି ୨୨ ଏନ ୪୯୫୭) ଓ ବାଇକ୍‌କୁ ଜବତ କରିବା ସହ ମାମଲା (ନଂ.-୩୯୫/୨୦) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଜାତୀୟ ରାଜପଥ ପ୍ରଶସ୍ତୀକରଣ କାମ ଚାଲିଥିବାରୁ ରାସ୍ତାର ଗୋଟିଏ ପାର୍ଶ୍ୱରେ ଗାଡ଼ିମୋଟର ଚଳାଚଳ କରୁଛି। ଏଥିଯୋଗୁ ଅନେକ ସମୟରେ ଦୁର୍ଘଟଣାମାନ ଘଟୁଛି। ସ୍ଥାନୀୟ ପ୍ରଶାସନ ଓ ଦାୟିତ୍ୱରେ ଥିବା ଠିକାସଂସ୍ଥା ଏ ଦିଗରେ ଦୃଷ୍ଟି ଦେଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri