ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି ଅଟକିବା ରହିବାରୁ ଠିକ୍‌ ସମୟରେ ରୋଗୀ ମେଡ଼ିକାଲ ପହଞ୍ଚି ନ ପାରି ମୃତ୍ୟୁବରଣ କରିଥିବା ଅଭିଯୋଗ ଆସିଛି। ତୁଲାପଡାର ରିୟା ନାଏକ(୧୧) ନାମକ ଜଣେ ଛାତ୍ରୀଙ୍କୁ ପେଟ ଯନ୍ତ୍ରଣା ହେବାରୁ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଗୁରୁତର ହେବାରୁ ତାଙ୍କୁ ଅକ୍ସିଜେନ ଲଗାଇ ୧୦୮ ଆମ୍ବୁଲାନ୍ସ ଜରିଆରେ ଭବାନୀପାଟଣା ଜିଲା ମୁଖ୍ୟ ମେଡିକାଲକୁ ନିଆଯାଉଥିଲା।ହେଲେ ବାଟରେ ପଞ୍ଚର ହେବାରୁ ୧୦୮ ଆମ୍ବୁଲାନ୍ସଟି ସ୍ଥାନୀୟ ଗୋହିରାପଦର ରେଳ ଫାଟକ ନିକଟରେ ଅଟକି ଯାଇଥିଲା।ତେବେ ଦୁର୍ଭାଗ୍ୟବଶତ ଆମ୍ବୁଲାନ୍ସର ଜରୁରୀକାଳୀନ ସ୍ପେୟାର ଚକ ମଧ୍ୟ ପୂର୍ବରୁ ଖରାପ ରହିଥିଲା। ଯାହାଫଳରେ ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଗୁରୁତର ରୋଗୀ ରିୟା ସେଠାରେ ୩ ଘଣ୍ଟା ଧରି ଅଟକି ରହିଥିଲେ। ପରେ ଭବାନୀପାଟଣାରୁ ଆଉ ଏକ ଆମ୍ବୁଲାନ୍ସ ଜରିଆରେ ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ରିୟାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri