ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା ନ ଥିବାରୁ ଆତ୍ମୀୟସ୍ବଜନ ଖଟିଆରେ ୨ ଭାଇଙ୍କ ମୃତଦେହକୁ ଏକ କିଲୋମିଟରରୁ ଊର୍ଦ୍ଧ୍ୱ ରାସ୍ତା ବୋହି ଘରକୁ ନେଇଛନ୍ତି। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନମ୍ବର ଜାତୀୟ ରାଜପଥରେ ଘଟିଥିବା ଦୁର୍ଘଟଣା ପରେ ଏହି ଦୁଃଖଦ ଘଟଣା ଘଟିଛି।
ସୂଚନା ଅନୁଯାୟୀ, ଆଖୁଆପାଳ ପଞ୍ଚାୟତ ଝରାପାଳ ବସ୍ତିର ଜୟଦେବ ସିଂହଙ୍କ ଦୁଇ ପୁଅ ରଞ୍ଜନ ସିଂହ ଓ ଗଣେଶ୍ୱର ସିଂହଙ୍କ ସହ ଅଜୟ ମୁଣ୍ଡା ଏକ ବାଇକ୍‌ରେ ଘରକୁ ଫେରୁଥିଲେ। ଦଦରାଘାଟି ଜଳ ପ୍ରକଳ୍ପ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଲୁହା ସୁରକ୍ଷା ବାଡ଼ରେ ଧକ୍କା ହୋଇଥିଲା। ଫଳରେ ୩ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।
ଚିକିତ୍ସାଧୀନ ଅବସ୍ଥାରେ ଗଣେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ପରେ ରଞ୍ଜନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ରଞ୍ଜନଙ୍କ ମୃତ୍ୟୁ ଘଟିଥିଲା। ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଥିଲା।
ଦୋମୁହାଣୀଠାରୁ ଝରାପାଳ ଯିବା ରାସ୍ତାରେ ଗମ୍ଭୀରିଆ ନାଳରେ ଜଳସ୍ରୋତ ଥିବାରୁ ଶବବାହକ ଗାଡ଼ି ଘର ପର୍ଯ୍ୟନ୍ତ ଯାଇପାରି ନ ଥିଲା। ଶେଷରେ ଆତ୍ମୀୟସ୍ବଜନ ଓ ଗ୍ରାମବାସୀ ଖଟିଆରେ ମୃତଦେହ ବୋହି ଏକ କିଲୋମିଟରରୁ ଊର୍ଦ୍ଧ୍ୱ ବାଟ ଅତିକ୍ରମ କରିଥିଲେ। ଏହି ଦୃଶ୍ୟ ଅଞ୍ଚଳବାସୀଙ୍କୁ ମର୍ମାହତ କରିଛି।  ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଜିଲା ପ୍ରଶାସନ ତୁରନ୍ତ ଝରାପାଳ ବସ୍ତିକୁ ସ୍ଥାୟୀ ରାସ୍ତା ଓ ନାଳ ଉପରେ ପୋଲ ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?