ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୧୧ା୧୦(ଦୁର୍ଗା କୀର୍ତ୍ତି): ଗୋଟିଏ ନୁହେଁ କି ଦୁଇଟି ନୁହେଁ ବାରମ୍ବାର ଏହି ବ୍ଲକଠାରେ ଖଟିଆରେ ଏବଂ ଭାରରେ ଗର୍ଭବତୀ ମହିଳା ବୁହା ହେବା ଘଟଣା ସାମ୍ନାକୁ ଆସିଥିବା ବେଳେ ପୁଣି ଏକ ଜନନୀ ଯନ୍ତ୍ରଣାର ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଗୁଣୁପୁର ପଞ୍ଚାୟତସ୍ଥିତ ମେର୍କାତାରା ଗାଁରେ। ମେର୍କାତାରାରୁ ୨.୫୦ କିଲୋମିଟର ଖଟିଆରେ ବୁହା ହୋଇଛନ୍ତି ଗର୍ଭବତୀ। ଗାଁକୁ ଯିବା ପାଇଁ ରାସ୍ତା ନ ଥିବାରୁ ଅଧାରେ ଅଟକିଥିଲା ୧୦୮ ଆମ୍ବୁଲାନ୍ସ। ଶୁକ୍ରବାର ଅପରାହ୍ନରେ ଘଟିଛି ଏଭଳି ଘଟଣା। ମେର୍କାତାରା ଗାଁର ଗୁନ୍‌ସେନ ମାଝୀଙ୍କ ସ୍ତ୍ରୀ ରଗ୍ନିଙ୍କ ଗର୍ଭ ଯନ୍ତ୍ରଣା ହୋଇଥିଲା, ପରେ ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ କିନ୍ତୁ ଆମ୍ବୁଲାନ୍ସ ଅଢ଼େଇ କିଲୋମିଟର ଦୂର ମଦାଙ୍ଗଗୁଡ଼ା-ମେର୍କାତାରା ମଝି ଘାଟି ରାସ୍ତାରେ ଅଟକି ରହିଥିଲା। କାରଣ ଗାଁ ପାଖ-ମଦାଙ୍ଗଗୁଡ଼ା ମଝି ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ରହିଛି, ଗତ ଅକ୍ଟୋବର ୨ ତାରିଖରେ ହୋଇଥିବା ବର୍ଷାରେ ରାସ୍ତା ଧୋଇ ଯାଇ ବଡ଼ ଗର୍ତ୍ତ ସୃଷ୍ଟି କରିଛି, ଫଳରେ ଗାଁକୁ ଅଟୋ କିମ୍ବା ଅନ୍ୟ ବଡ଼ ଗାଡ଼ି ସବୁ ଯାଇ ପାରୁନାହିଁ। ଏଣୁ ପରିବାର ଲୋକେ ବାଧ୍ୟ ହୋଇ ଅଢ଼େଇ କିଲୋମିଟର ରାସ୍ତା ଖଟିଆରେ ଆମ୍ବୁଲାନ୍ସ ନିକଟକୁ ବୋହି ନେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ସାଇସୁରୁଣି ଉପସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ସେଠାରେ ତାଙ୍କର ଏକ ଶିଶୁକନ୍ୟା ଜନ୍ମ ଲାଭ କରିଥିବା ବେଳେ ମା’ ଓ ଶିଶୁକନ୍ୟା ସୁସ୍ଥ ଥିବା ଜଣାପଡ଼ିଛି। ତେବେ ଏଭଳି ଦୁଃଖ କଷ୍ଟରେ ଆମେ ଜୀବନଯାପନ କରୁଛୁ ବୋଲି ଆମ ପ୍ରତିନିଧିଙ୍କ ସମ୍ମୁଖରେ ଅଞ୍ଚଳବାସୀ କ୍ଷୋଭ ପ୍ରକାଶ କରିଥିବା ବେଳେ ମଦାଙ୍ଗଗୁଡ଼ା-ମେର୍କାତାରାର ଶୋଚନୀୟ ଅବସ୍ଥାରେ ଥିବା ରାସ୍ତାକୁ ତୁରନ୍ତ ମରାମତି କରିବା ସହ ଗର୍ତ୍ତ ସୃଷ୍ଟି ହୋଇଥିବା ସ୍ଥାନକୁ ଯୁଦ୍ଧକାଳୀନ ସ୍ଥିତିରେ ସଜାଡ଼ନ୍ତୁ ବୋଲି ଜିଲା ତଥା ବ୍ଲକ ପ୍ରଶାସନଙ୍କ ପାଖରେ ଅଞ୍ଚଳବାସୀ ଦାବି କରୁଛନ୍ତି। ତେବେ ବିଜେଡି ଶାସନର ଦୀର୍ଘବର୍ଷ ବିତିଯାଇଛି ତଥାପି ରାସ୍ତାଘାଟର ଉନ୍ନତି ହେଲା ନାହିଁ, ଏବେ ଡବଲ ଇଞ୍ଜିନ ସରକାର ଏହା ଉପରେ କି ଭଳି ପଦକ୍ଷେପ ନେଉଛନ୍ତି ତାହା ଏବେ ଦେଖିବାକୁ ବାକିରହିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ,…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri