ଗଛରେ ପିଟିହେଲା ଆମ୍ବୁଲାନ୍ସ: ରୋଗୀଙ୍କ ସମେତ ଆମ୍ବୁଲାନ୍ସ କର୍ମଚାରୀ ମୃତ

ଭବାନୀପାଟଣା,୧୭।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜୟପାଟଣା ଡାକ୍ତରଖାନାରୁ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଉଥିଲା। ହେଲେ ଆମ୍ବୁଲାନ୍ସଟି ଜୁନାଗଡ଼ ବ୍ଲକ ମହିଚଲା ମଣ୍ଡି ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟିହୋଇ ଯାଇଥିଲା। ଦୁର୍ଘଟଣାରେ ରୋଗୀଙ୍କ ସମେତ ଜଣେ ଆମ୍ବୁଲାନ୍ସ କର୍ମଚାରୀଙ୍କ ମୃତ୍ୟୁ ଘଟିିଛି। ମୃତ ରୋଗୀ ହେଲେ ସୁମିତ୍ରା ଦୁର୍ଗା। ସେ ଜୟପାଟଣା ବ୍ଲକ କପୁରମାଲ ଗ୍ରାମର ହୋଇଥିବା ବେଳେ ଆମ୍ବୁଲାନ୍ସ କର୍ମଚାରୀଙ୍କ ନାମ ଡମ୍ବରୁଧର ଶବର। ତାଙ୍କ ଘର କଲମପୁର ବ୍ଲକ ପଣ୍ଡିଗାଁର ବୋଲି ଜଣାପଡ଼ିଛି। ଅନ୍ୟପକ୍ଷେ ଦୁର୍ଘଟଣାରେ ମୃତା ମହିଳାଙ୍କ ସ୍ବାମୀ ଶଙ୍କର ଦୁର୍ଗା ଆହତ ହୋଇଛନ୍ତି। ଖବର ପାଇ ଜୁନାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଆମ୍ବୁଲାନ୍ସକୁ ଜବତକରି ଘଟଣାର ଅଧିକ ତଦନ୍ତ ଚଳାଇଛି। ଏନେଇ ଥାନାରେ ଏକ ଦୁର୍ଘଟଣା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?