୧୯ ବର୍ଷୀୟା କରୋନା ପୀଡ଼ିତାଙ୍କୁ ବଳାତ୍କାର କଲେ ଆମ୍ବୁଲାନ୍ସ ଡ୍ରାଇଭର

ଥିରୁଭାନନ୍ତପୁରମ,୬।୯: କେରଳର ପାତନମଥିତ ଜିଲାର ଅରାନମୁଲାରେ ଜଣେ ୧୯ ବର୍ଷୀୟା କରୋନା ସଂକ୍ରମିତ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ମାମଲରେ କେରଳ ପୋଲିସ ଆମ୍ବୁଲାନ୍ସ ଡ୍ରାଇଭର ନୌଫାଲ(୨୫)ଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ପାଥଲମରେ ଜଣେ ୧୯ ବର୍ଷୀୟା ଯୁବତୀ ତାଙ୍କ ସମ୍ପର୍କୀୟଙ୍କ ଘରେ ହୋମ କ୍ୱାରାଣ୍ଟାଇନରେ ଥିବା ବେଳେ ଗତ ଶନିବାର ସେ କରୋନା ପଜିଟିଭ ଥିବା ଜଣାପଡିଥିଲା। ଏହାପରେ ଉକ୍ତ ଅଞ୍ଚଳର ସ୍ବାସ୍ଥ୍ୟକର୍ମୀ କରୋନା ସଂକ୍ରମିତ ଯୁବତୀଙ୍କ ସହ ଅନ୍ୟ ଜଣେ ମହିଳା ଯେ କି କରୋନା ସଂକ୍ରମିତ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭିନ୍ନ ଭିନ୍ନ କରୋନା କେୟାର ସେଣ୍ଟରକୁ ପଠାଇଥିଲେ। ପ୍ରଥମେ ମହିଳା ଜଣଙ୍କୁ ଆମ୍ବୁଲାନ୍ସ ଡ୍ରାଇଭର ଗୋଟିଏ କରୋନା କେୟାର ସେଣ୍ଟରରେ ଓହ୍ଲାଇଦେବା ପରେ ୧୯ ବର୍ଷୀୟ ଯୁବତୀଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ବଳାତ୍କାର କରିଥିଲେ। ମଧ୍ୟରାତ୍ରୀ ସୁଦ୍ଧା ଯୁବତୀ ଜଣଙ୍କୁ ଆମ୍ବୁଲାନ୍ସ ଡ୍ରାଇଭର କରୋନା କେୟାର ସେଣ୍ଟରରେ ପହଞ୍ଚାଇବା ପରେ ଯୁବତୀଙ୍କ ଅଭିଯୋଗ କ୍ରମେ ପୋଲିସ ଆମ୍ବୁଲାନ୍ସ ଡ୍ରାଇଭର ନୌଫାଲଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଏହି ଘଟଣା ସମ୍ପର୍କରେ ଜଣାପଡିବା ପରେ କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଉକ୍ତ ଡ୍ରାଇଭଙ୍କୁ ଚାକିରିରୁ ନିଲମ୍ବିତ କରିବା ସହ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri