ଟ୍ରକ୍‌ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍‌ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫ ଜଣ ଗୁରୁତର ହୋଇ ବୁର୍ଲା ଭୀମସାରରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ବୌଦ୍ଧ ଜିଲା ଆଦର୍ଶ ଥାନା ଅନ୍ତର୍ଗତ ଲକ୍ଷ୍ମୀପ୍ରସାଦ ଗ୍ରାମର ଆମ୍ବୁଲାନ୍ସ କର୍ମଚାରୀ ମାନଭଞ୍ଜନ ସାହୁ।

ମିଳିଥିବା ସୂଚନାନୁସାରେ, ବୌଦ୍ଧରୁ ଏକ ୧୦୮ ଆମ୍ବୁଲାନ୍ସ(ଓଡି-୦୨-ବିଏଚ୍‌-୨୮୯୮) ଜଣେ ରୋଗୀଙ୍କୁ ନେଇ ବୁର୍ଲା ଭୀମସାରକୁ ଆସୁଥିବାବେଳେ ଶନିବାର ଭୋର୍‌ ସାଢ଼େ ୫ଟା ସମୟରେ ମହୁଲପାଲି ନିକଟ ଜାତୀୟ ରାଜପଥ(୫୫) ପାଶର୍‌ବରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଫଳରେ ଆମ୍ବୁଲାନ୍ସ ଚାଳକ ପାର୍ଶ୍ୱସ୍ଥ ସମ୍ମୁଖ ସିଟ୍‌ରେ ବସିଥିବା କର୍ମଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହାସହ ଚାଳକ ଓ ରୋଗୀଙ୍କ ସହ ଏଥିରେ ଥିବା ୫ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ଯୁଯୋମୁରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ଅନ୍ୟ ଏକ ଆମ୍ବୁଲାନ୍ସରେ ଭୀମସାରକୁ ପଠାଇଛି। ଏହାସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସେହିପରି ଉଭୟ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ପୋଲିସ ଜବତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri