ପୁଅର ମାନସିକ ସାରି ଫେରିବା ବାଟରେ ଗଛକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଚାଲିଗଲା ଦେଢ଼ବର୍ଷର ଶିଶୁ ପୁତ୍ରର ଜୀବନ

ପାଟଣା ,୧୮।୧(ବୀର କିଶୋର ଦାଶ)ଦେଢବର୍ଷର ଶିଶୁପୁତ୍ରର ମାନସିକ ସାରି ଫେରୁଥିଲେ। ଫେରିବାବେଳେ ଦୁର୍ଘଟଣାରେ ଚାଲିଗଲା ପୁଅର ଜୀବନ। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୁରୁଣିଆ ରାସ୍ତାରେ।
ପୁଅର ମାନସିକ ପୂରଣ ସାରି ଘଟଗାଁ ମା ତାରିଣୀ ପୀଠରୁ ତାରିଣୀ ଦର୍ଶନ ସାରି ଏକ ଘରୋଇ ଆମ୍ବୁଲାନ୍ସରେ ବୁଧବାର ବିଳମ୍ବିତ ରାତ୍ରି ଘରକୁ ଫେରୁଥିବା ସମୟରେ ରାସ୍ତା କଡ଼ରେ ଥିବା ଗଛକୁ ଆମ୍ବୁଲାନ୍ସ ଧକ୍କା ଦେଇଥିଲା। ତେବେ ଘଟଣାସ୍ଥଳରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ହେବା ସହ ୪ ଜଣ ଗୁରୁତର ହୋଇଥିଲେ। ଗୁରୁତର ଆହତଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନାଥାଉ କି, ଦୁର୍ଘଟଣା ଗ୍ରସ୍ତ ହୋଇଥିବା ପରିବାର ସଦସ୍ୟମାନେ ହେଲେ ପାଟଣା ବ୍ଲକର ପୂର୍ବତନ ବ୍ଲକ ଉପାଧକ୍ଷା ତଥା କଣ୍ଟିଆପଡା ପଞ୍ଚାୟତର ପୂର୍ବତନ ସରପଞ୍ଚ କନକ ଲତା ମହାନ୍ତଙ୍କ ପରିବାରର ସଦସ୍ୟ । ସେମାନେ ସମସ୍ତେ ଘଟଗାଁରୁ ନିଜ ଗାଁ ପାଟ ଧନୁର୍ଜୟପୁର ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri