ରୋଗୀଙ୍କ ସେବାରେ ଲାଗୁନି ଆମ୍ବୁଲାନ୍ସ, ବ୍ଲକ କାର୍ଯ୍ୟାଳୟ ପରିସରରେ ପଡ଼ି ପଡ଼ି ଖାଉଛି ଖତ

ଧର୍ମଶାଳା,୨୨ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଆମ୍ବୁଲାନ୍ସ ରୋଗୀ ସେବାରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ଧର୍ମଶାଳା ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ ଏହି ଆମ୍ବୁଲାନ୍ସ ସେବା ୨୦୨୨ରେ
ଶୁଭାରମ୍ଭ ହୋଇଥିଲା। ସରକାରୀ ମେଡ଼ିକାଲଗୁଡିକ ପାଇଁ ୧୦୮ ଆମ୍ବୁଲାନ୍ସ ସେବା ରହି ଥିବା ବେଳେ ଅନେକ ସମୟରେ ଗାଡ଼ି ଅଭାବରୁ ଏହି ସେବା ଉପଲବ୍ଧ ହୋଇ ନଥାଏ ଏବଂ ୧୦୮ ଆମ୍ବୁଲାନ୍ସ ସେବା ସରକାରୀ ହସ୍ପିଟାଲରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା ରହିଥାଏ। ଯାହା ଫଳରେ କୌଣସି ରୋଗୀ ଘରୋଇ ମେଡିକାଲକୁ ଯିବା ପାଇଁ ନାନା ସମସ୍ୟା ଦେଖା ଦେଇଥାଏ। ତେଣୁ ଏହି ସମସ୍ୟାକୁ ଦୃଷ୍ଟି ରେ ରଖି ପୂର୍ବତନ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଦ୍ୱାରା ଧର୍ମଶାଳା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏହି ଆମ୍ବୁଲାନ୍ସ ସେବାକୁ ଶୁଭାରମ୍ଭ କରାଯାଇଥିଲା। ଏହାସହ ପଞ୍ଚାୟତ ସମିତି ପକ୍ଷରୁ ଏହି ଆମ୍ବୁଲାନ୍ସ ସେବାକୁ ପରିଚାଳନା କରାଯିବାର ବ୍ୟବସ୍ତା କରାଯାଇଥିଲା।

କିନ୍ତୁ କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ କିଛି ଦିନ ହେବ ଏହି ସେବା ବନ୍ଦ ହୋଇ ରହିଥିବା ଉକ୍ତ ଗାଡ଼ିର ଡ଼୍ରାଇଭର କହିଥିବା ବେଳେ ଆମ୍ବୁଲାନ୍ସ ଗାଡ଼ିର କୌଣସି ଯାନ୍ତ୍ରିକ ତ୍ରୁଟି ଥିବା ବିଷୟରେ ବ୍ଲକ ପ୍ରଶାସନ ପାଖେ କୌଣସି ଅଭିଯୋଗ ନଥିବା ବ୍ଲକ ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ଆଉ ଏକ ଆମ୍ବୁଲାନ୍ସ ମଧ୍ୟ ର୍ଦିଘ ଦିନ ହେବ ବ୍ଲକ କାର୍ଯ୍ୟଳୟ ପରିସର ମଧ୍ୟରେ ଥୁଆ ହୋଇ ରହିଥିବା ବେଳେ ଏଥିରେ ମଧ୍ୟ ସମସ୍ୟା ରହିଥିବା ସୂଚନା ମିଳିଛି। ସରକାର ଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏହି ସେବାର ଆରମ୍ଭ କରାଯାଇଥିଲେ ବି ଦୀର୍ଘ ଦିନ ହେବ ବନ୍ଦ ହୋଇ ରହିଥିବା କଥା କୁ ସାଧାରଣ ଲୋକେ ନାପସନ୍ଦ କରିଛନ୍ତି। ଏହା ଉପରେ ଜିଲ୍ଲାପ୍ରଶାସନ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri