ଗର୍ଭବତୀଙ୍କୁ ଆଣିବା ପାଇଁ ଯିବାବେଳେ ଓଲଟିଲା ଆମ୍ବୁଲାନ୍ସ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଧାନବେଣୀ କପୁଣ୍ଡି ରାସ୍ତାର କପୁଣ୍ଡି ପଇଦା ବନ୍ଧ ନିକଟରେ ବୁଧବାର ଭାରସାମ୍ୟ ହରାଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଛି। ଦୁର୍ଘଟଣା ରେକଟା ବେଡ଼ା ଗ୍ରାମର ଡ୍ରାଇଭର ଦୟାନିଧି ମହାନ୍ତ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ପାଟଣା ପୋଲିସ ଏସ୍‌ଆଇ ଲକ୍ଷ୍ମଣ ମାଝୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆମ୍ବୁଲାନ୍ସ ଡ୍ରାଇଭର ଅତ୍ୟଧିକ ମଦ୍ୟପାନ କରି ଦୁର୍ଘଟଣା ଘଟାଇଥିବା ପୋଲିସ କହିଛି। ଆମ୍ବୁଲାନ୍ସଟି ଖଡ଼ିକା ପଦା ଗାଁରୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗର୍ଭବତୀଙ୍କୁ ଆଣିବା ପାଇଁ ଯାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri