ମହିଳାଙ୍କୁ ଷ୍ଟ୍ରେଚରରେ ବୋହି ଆଣିଲେ ଆମ୍ବୁଲାନ୍ସ କର୍ମଚାରୀ

ସୁନ୍ଦରଗଡ଼, ୧୫।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଜଣେ ଗୁରୁତର ମହିଳାଙ୍କୁ ୨କିମି ଷ୍ଟ୍ରେଚରରେ ବୋହି ଆଣି ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସର କର୍ମଚାରୀ। ଜିଲାର ବାଲିଶଙ୍କର ବ୍ଲକ ତଳସରା ଥାନା ଅଧିନସ୍ଥ ନିମ୍‌ଡିହି ଗ୍ରାମର ସମରା କମାରଙ୍କ ଝିଅ ବାସନ୍ତୀ (୨୬) ଘର ନିକଟସ୍ଥ ଏକ ଗଛରୁ ମହୁଲ ତୋଳିବାକୁ ଯାଇଥିଲେ। ଏହି ସମୟରେ ଅସାବଧାନତାବଶତଃ ତାଙ୍କ ଗୋଡ଼ ଖସିଯିବା କାରଣରୁ ସେ ତଳେ ପଡ଼ି ଯାଇଥିଲେ। ତାଙ୍କ ପିଠିରେ ଗଭୀର ଆଘାତ ଲାଗିଥିଲା। ତେଣୁ ପରିବାର ଲୋକ ତୁରନ୍ତ ୧୦୮ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିଥିଲେ। ମାତ୍ର ଗାଁକୁ ଯାଉଥିବା ରାସ୍ତାର ଅବସ୍ଥା ଅତ୍ୟନ୍ତ ଖରାପ ହୋଇଥିବା କାରଣରୁ ୧୦୮ ଆମ୍ବୁଲାନ୍ସ ଆହତ ମହିଳାଙ୍କ ନିକଟରେ ପହଞ୍ଚତ୍ପାରି ନ ଥିଲା। କିନ୍ତୁ ଏସବୁ ସତ୍ତ୍ୱେ ମଧ୍ୟ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମନୋଜ କୁମାର ମାଝୀ, ଇଏମଟି ମାନସ ପ୍ରଧାନ ଏବଂ ଆଟେଣ୍ଡାଣ୍ଟ ବିଷ୍ଣୁ ପ୍ରସାଦ ନାୟକ ବିଳମ୍ବ ନ କରି ନିଜେ ଚାଲିଚାଲି ଯାଇ ଆହତଙ୍କ ପାଖରେ ପହଞ୍ଚତ୍ଥିଲେ। ସେଠାରୁ ଗ୍ରାମବାସୀଙ୍କ ସହାୟତାରେ ଏକ ଷ୍ଟ୍ରେଚର ଯୋଗେ ମହିଳାଙ୍କୁ ପ୍ରାୟ ୨କି.ମି ପର୍ଯ୍ୟନ୍ତ ବୋହି ଆଣି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଥିଲେ। ପରେ ରୋଗୀଙ୍କୁ ଆମ୍ବୁଲାନ୍ସ ଯୋଗେ ଅଣାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଦୁଃଖଦ ପରିସ୍ଥିତି ସମୟରେ ଆମ୍ବୁଲାନ୍ସ କର୍ମଚାରୀଙ୍କ ମହାନତା ବାସ୍ତବରେ ରୋଗୀଙ୍କ ପାଇଁ ବରଦାନ ସାଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?