Posted inଜାତୀୟ

ଆମ୍ବୁଲାନ୍ସ ଆସିବାକୁ ମନା କଲା, ଖଟିଆରେ ବୋହି ହସ୍ପିଟାଲ ନେବା ବାଟରେ ମୃତ୍ୟୁ, ଘେରିଲା ଭାଜପା, ଭିଡିଓ ଭାଇରାଲ…

କୋଲକାତା,୧୮।୧୧ : ପଶ୍ଚିମବଙ୍ଗର ମାଲଦାରୁ ଏକ ହୃଦୟ ବିଦାରକ ଭିଡିଓ ସାମ୍ନାକୁ ଆସିଛି। ଜଣେ ମହିଳାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲ ନେବାକୁ ଆମ୍ବୁଲାନ୍ସ ଡକାଯାଇଥିଲା, କିନ୍ତୁ ରାସ୍ତା ଖରାପ ଥିବାରୁ ଡ୍ରାଇଭର ଆସିବାକୁ ମନା କରିଦେଇଥିଲେ। ଅବସ୍ଥା ବିଗିଡି ଯିବାରୁ ମହିଳାଙ୍କ ପରିବାର ସଦସ୍ୟ ତାଙ୍କୁ ହସ୍ପିଟାଲ ନେବାକୁ ଚେଷ୍ଟା କରିଥିଲେ। କୌଣସି ଗାଡି ନ ଥିବାରୁ ସେମାନେ ମହିଳାଙ୍କୁ ଏକ ଖଟିଆରେ କାନ୍ଧରେ ବୋହି ହସ୍ପିଟାଲ ନେଇଥିଲେ, କିନ୍ତୁ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି,ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଶାସନରେ ପଶ୍ଚିମବଙ୍ଗର ସ୍ବାସ୍ଥ୍ୟ ସେବା ଉପରେ ଲୋକମାନେ ପ୍ରଶ୍ନ ଉଠାଉଛନ୍ତି। ଭାଜପା ପକ୍ଷରୁ ମଧ୍ୟ ଟୁଇଟ କରାଯାଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରାଯାଇଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମାଲଦାର ବାମନଗୋଲା ପୋଲିସ ଷ୍ଟେଶନ ଅଞ୍ଚଳର ଗୋବିନ୍ଦପୁର-ମହେଶପୁର ଗ୍ରାମ ପଞ୍ଚାୟତର ମାଲଡାଙ୍ଗା ଗ୍ରାମରେ ରହୁଥିବା ୨୬ ବର୍ଷ ବୟସ୍କା ମମନି ରାୟ  ଗତ କିଛି ଦିନ ହେବ ଅସୁସ୍ଥ ଥିଲେ। ତାଙ୍କ ଅବସ୍ଥା ବିଗିଡିଯିବା ପରେ ପରିବାର ଲୋକେ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିଥିଲେ ମଧ୍ୟ ରାସ୍ତା ଖରାପ ବୋଲି ଡ୍ରାଇଭର ଆସିବାକୁ ମନା କରିଦେଇଥିଲେ।

ଯେତେବେଳେ ବେସରକାରୀ ଗାଡି ଡ୍ରାଇଭର ମଧ୍ୟ ଆସିବାକୁ ମନା କରିଦେଇଥିଲେ, ଚିନ୍ତିତ ପରିବାର ସଦସ୍ୟ ତାଙ୍କୁ ଏକ ଖଟିଆରେ ହସ୍ପିଟାଲନେବାକୁ ଉଦ୍ୟମ କରିଥିଲେ। ଏହି ଘଟଣାରେ ଭାଜପା ରାଜ୍ୟ ସଭାପତି ଡକ୍ଟର ସୁକାନ୍ତ ମଜୁମଦାର ଦୁଃଖ ପ୍ରକାଶ କରି କହିଛନ୍ତି ଏହା ରାଜ୍ୟରେ ଘଟିଥିବା ପ୍ରଥମ ଘଟଣା ନୁହେଁ। ରାଜ୍ୟର ସମସ୍ତ ରାସ୍ତାର ଅବସ୍ଥା ଖରାପ ରହିଛି। ଲୋକମାନେ ମରୁଛନ୍ତି। ମମତା ସରକାର ପ୍ରତ୍ୟେକ ଦିଗରେ ବିଫଳ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri