କରୋନା ରୋଗୀଙ୍କ ପାଇଁ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାୟଗଡ଼ାର ବିଷମ କଟକ ଭଳି ଅନୁନ୍ନତ ଅଞ୍ଚଳରେ କରୋନା ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ମିଳିବ। ନୂଆଦିଲ୍ଲୀସ୍ଥିତ ସାମାଜିକ ଅନୁଷ୍ଠାନ ‘ଆଶ୍ରା’ ପକ୍ଷରୁ ଏପରି ଉଦ୍ୟମ ଆରମ୍ଭ ହୋଇଛି। ଶୁକ୍ରବାର ମଞ୍ଚେଶ୍ବରସ୍ଥିତ ଓଡ଼ିଶା ଡିଜେଲ୍‌ ଇଞ୍ଜିନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ପରିସରରେ ଅନୁଷ୍ଠାନର ଉପଦେଷ୍ଟା ସସ୍ମିତା ଦଳେଇ ଓ ସେଣ୍ଟ୍ରାଲ୍‌ ଏକ୍ସସାଇଜ୍‌ ଆଣ୍ଡ୍‌ କଷ୍ଟମ୍‌ସର ପୂର୍ବତନ ଉପଆୟୁକ୍ତ ମହେନ୍ଦ୍ର ଚନ୍ଦ୍ର ସାହୁ ଆଶ୍ରାର ସଦସ୍ୟ ମହେଶ୍ବର ନାୟକଙ୍କୁ ଆମ୍ବୁଲାନ୍ସର ଚାବି ପ୍ରଦାନ କରିଥିଲେ।
ସୂଚନାଯୋଗ୍ୟ, ‘ଆଶ୍ରା’ ୨୦୦୨ରୁ ଓଡ଼ିଶା, ଝାଡ଼ଖଣ୍ଡ, ଦିଲ୍ଲୀ, ଉତ୍ତରପ୍ରଦେଶ ଓ ଆସାମରେ ଅବହେଳିତ ଲୋକଙ୍କ ପାଇଁ କାମ କରି ଆସୁଥିବାବେଳେ କରୋନା ମହାମାରୀ ସମୟରେ ମାର୍ଚ୍ଚ ୧୮ ପରଠୁ ୧୮ ରାଜ୍ୟର ୩ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଥିଲା। ସମ୍ପ୍ରତି ବିଷମ କଟକର ୫ହଜାର ପରିବାର ପାଇଁ ଅନୁଷ୍ଠାନ କାମ କରୁଛି। ‘ଆଶା ହିଁ ଜୀବନ’ ଅଭିଯାନ ମାଧ୍ୟମରେ ୫ବର୍ଷ ହେଲା ଖାଦ୍ୟ, ବାସଗୃହ, ଶିକ୍ଷା, ସ୍ବାସ୍ଥ୍ୟ ଓ ଜୀବିକା ଯୋଗାଇ ଆସୁଛି। ମହେନ୍ଦ୍ର କହିଛନ୍ତି, ଆମ୍ବୁଲାନ୍ସ ଅଭାବରୁ ସେହି ଅଞ୍ଚଳର କରୋନା ରୋଗୀ ରିକ୍ସାରେ ଯାଉଥିବାରୁ ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଇ ଦିଆଯାଉ ନାହିଁ। କରୋନା ସଂକ୍ରମିତ ହୋଇ ମଧ୍ୟ ଅନେକ ହସ୍ପିଟାଲରେ ପହଞ୍ଚି ପାରୁନାହାନ୍ତି। ଏହାକୁ ହୃଦୟଙ୍ଗମ ପୂର୍ବକ ଆଦିବାସୀ ଓ ରୋଜଗାର ନ ଥିବା ଗୋଷ୍ଠୀଙ୍କ ଉଦ୍ଦେଶ୍ୟରେ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଇଛି ବୋଲି ସେ କହିଛନ୍ତି। ଆଶ୍ରାର ମୁଖ୍ୟ ଶୁଭଜିତ ସାହୁ କହିଛନ୍ତି, ସେଠାରେ ଏଣିକି କେହି ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ହେବେ ନାହିଁ। ଏହି ଅବସରରେ ଆଶ୍ରାର ଉପସଭାପତି ପ୍ରଶାନ୍ତ ଘଡ଼େଇ, କର୍ମୀ ଉମାଶଙ୍କର ପାତ୍ର, ରାଜକିଶୋର ଦାସ, ଶୁଭଙ୍କରୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri