ରାସ୍ତା ଅବରୋଧ ଯୋଗୁ ଘଣ୍ଟାଏ ଅଟକିଲା ଆମ୍ବୁଲାନ୍ସ

ରାୟଗଡ଼ା ଅଫିସ,୧୯ା୧୧: ରାଜପଥ ଉପରେ ଗାଡ଼ି ପାର୍କିଂ କରି ଲୋକେ ପିକ୍‌ନିକ୍‌ରେ ମସଗୁଲ ଥିବାବେଳେ ରୋଗୀଙ୍କୁ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଘଣ୍ଟାଏ ଅଟକି ରହିବାକୁ ପଡ଼ିଥିଲା। ରାୟଗଡ଼ା ସହର ନିକଟସ୍ଥ ହାଲୁଆ ସ୍ଥିତ ଆମ୍ବତୋଟା ନିକଟରେ ଶୁକ୍ରବାର ଏଭଳି ପରିସ୍ଥିତି ଉପୁଜିଥିଲା।
ସୂଚନା ଅନୁଯାୟୀ, ଆମ୍ବତୋଟାରେ ପିକନିକ୍‌ ଚାଲିଥିବା ବେଳେ ଶତାଧିକ ଯାନବାହନ ରାଜପଥ ଉପରେ ପାର୍କିଂ କରି ମଉଜ ମସ୍ତି କରୁଥିଲେ। ରାସ୍ତାରେ ଯାଉଥିବା ଲୋକେ ଗାଡ଼ି ହଟାଇବାକୁ କହିଥିଲେ ମଧ୍ୟ କେହି ଶୁଣି ନ ଥିଲେ। ଏହି ସମୟରେ କୋରାପୁଟ ଯାଉଥିବା ଏକ ଆମ୍ବୁଲାନ୍ସକୁ ମଧ୍ୟ ରାସ୍ତା ଛାଡ଼ି ନ ଥିଲେ। ପ୍ରାୟ ଏକ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଆମ୍ବୁଲାନ୍ସ ଅଟକି ରହିଥିଲା। ସୂଚନା ପାଇ ରାୟଗଡ଼ା ଥାନା ଅଧିକାରୀ ରଶ୍ମିରଞ୍ଜନ ପ୍ରଧାନ ଏବଂ ଅନ୍ୟ ପୋଲିସ୍‌ କର୍ମଚାରୀ ପହଞ୍ଚି ଗାଡ଼ିଗୁଡ଼ିକୁ ହଟାଇବା ପରେ ଆମ୍ବୁଲାନ୍ସ କୋରାପୁଟ ଅଭିମୁଖେ ଯାଇଥିଲା। ଆମ୍ବୁଲାନ୍ସରେ ଥିବା ରୋଗୀଙ୍କ କୌଣସି ସମସ୍ୟା ହେଲେ ଏଥିପାଇଁ କିଏ ଦାୟୀ ରହିବ ବୋଲି ଅଞ୍ଚଳବାସୀ ପ୍ରଶ୍ନ ଉଠାଇଛନ୍ତି। ପିକ୍‌ନିକ୍‌ ଋତୁ ଚାଲିଥିବାରୁ ପୋଲିସ ପାଟ୍ରୋଲିଂ ବଢ଼ାଇବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri