ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ବାଇକ୍‌କୁ ଧକ୍କାଦେଲା ଆମ୍ବୁଲାନ୍ସ

କାମାକ୍ଷାନଗର,୨୯।୪: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଧୀନ ମୁକ୍ତାପଶି କେନାଲ ଛକ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ସହ ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପରଜଙ୍ଗ ଥାନା କଙ୍କିଳି ଗାଁର ଦଶମ ଶ୍ରେଣୀ ଛାତ୍ର ଅମିତ ଦାସ ପ୍ରଧାନ ଏବଂ ତାଙ୍କର ବାପା କ୍ଷୀରୋଦ ପ୍ରଧାନ ଓ ପବିତ୍ର ସାହୁ ।

୩ ଜଣ ଏକ ବାଇକ୍‌ ଯୋଗେ ମୁକ୍ତାପଶି ପରୀକ୍ଷା କେନ୍ଦ୍ରରୁ ଘରକୁ ଫେରୁଥିବା ବେଳେ ଜଡ଼ାପାଳ-ବଡ଼ଝରା ରାସ୍ତାରେ ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ବାଇକ୍‌କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ କାମାକ୍ଷାନଗର ପରେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆମ୍ବୁଲାନ୍ସଟି ରାଉରକେଲାରୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲକୁ ରୋଗୀ ନେବା ପାଇଁ ଆସୁଥିବା ବେଳ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ କାମାକ୍ଷାନଗର ପୋଲିସ
ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri