କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି । ବର୍ଷା ଏବଂ ଅପରିକଳ୍ପିତ ନିର୍ମାଣ କାର୍ଯ୍ୟ ଯୋଗୁଁ ହସ୍ପିଟାଲର ପ୍ରବେଶ ପଥ ସମ୍ପୂର୍ଣ୍ଣ କାଦୁଅରେ ପଚପଚ ହୋଇପଡ଼ିଛି । ଫଳରେ ଆମ୍ବୁଲାନ୍ସ  ଏବଂ ରୋଗୀମାନଙ୍କୁ ହସ୍ପିଟାଲ ଯିବାରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି ।ଠିକାସଂସ୍ଥାର ଦାୟିତ୍ୱହୀନତା ଯୋଗୁଁ ରୋଗୀଙ୍କୁ କାଦୁଅରେ ବୋହି ନେବାକୁ ପଡ଼ୁଥିବା ବେଳେ କାର୍ଯ୍ୟସ୍ଥଳରେ ସଂସ୍ଥାର କୌଣସି କର୍ମଚାରୀ ଦେଖାଯାଉନାହାନ୍ତି ।

ଅନ୍ୟପକ୍ଷରେ, ସ୍ୱାସ୍ଥ୍ୟକେନ୍ଦ୍ରରେ ସରକାରୀ ନିୟମକୁ ଫୁ’ କରି ବିନା ସୂଚନା ଫଳକରେ କୋଟି କୋଟି ଟଙ୍କାର କୋଠା ନିର୍ମାଣ ଓ ନବୀକରଣ କାମ ଚାଲିଛି । କେଉଁ ବିଭାଗ ଓ ଯୋଜନାରେ କାମ ହେଉଛି, ସେ ନେଇ ପିଡ଼ବ୍ଲୁ ଓ ଆର୍ ଆଣ୍ଡ ବି ବିଭାଗ ପରସ୍ପର ଉପରେ ଦୋଷ ଲଦୁଛନ୍ତି । ବିସ୍ମୟର ବିଷୟ ହେଉଛି, କ୍ୟାମ୍ପସରେ ଚାଲିଥିବା କାର୍ଯ୍ୟ ସମ୍ପର୍କରେ ତାଙ୍କ ପାଖରେ କୌଣସି ତଥ୍ୟ ନ ଥିବା ମେଡିକାଲ ଇଞ୍ଚାର୍ଜ ଡାକ୍ତର ପ୍ରଦ୍ୟୁସ କୁମାର ପଣ୍ଡା ପ୍ରକାଶ କରିଛନ୍ତି। ସୂଚନା ଫଳକ ନ ଥିବାରୁ ଠିକାସଂସ୍ଥା ମନଇଚ୍ଛା ନିମ୍ନମାନର ସିମେଣ୍ଟ, ବାଲି, ଇଲେକ୍ଟ୍ରି ସରଞ୍ଜାମ, ଅସୁରକ୍ଷିତ ଟିଣ ସେଡ୍ ଓ ଦୁର୍ବଳ ପେଭର ବ୍ଲକ୍ ବ୍ୟବହାର କରି ସରକାରୀ ଅର୍ଥ ହରିଲୁଟ୍ କରୁଥିବା ଅଭିଯୋଗ ହୋଇଛି।

ହସ୍ପିଟାଲ ପାଇଁ ଆସୁଥିବା ନିର୍ମାଣ ସାମଗ୍ରୀ ଅନ୍ୟତ୍ର ଚାଲାଣ ହେଉଥିବା ବେଳେ କିଛି ଦଲାଲ ଗୋଷ୍ଠୀ ମଧ୍ୟ ଏଥିରୁ ଫାଇଦା ଉଠାଉଥିବା ସୂଚନା ମିଳିଛି। ତୁରନ୍ତ ମୁଖ୍ୟ ରାସ୍ତାରୁ କାଦୁଅ ହଟାଇବା ସହ ଏହି ସମ୍ପୂର୍ଣ୍ଣ ନିର୍ମାଣ କାର୍ଯ୍ୟର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri