ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୁଣା ଗୁଣପୁର ବ୍ରାହ୍ମଣ ସାହିର ପିତବାସ ରାଜୁ (୫୭)। ସେ ଆରଏମ୍‌ସିରେ ୟାର୍ଡମ୍ୟାନ ଭାବେ କାର୍ଯ୍ୟରତ ଥିଲେ।

କାର୍ଯ୍ୟ ସାରି ସେ ବାଇକ୍‌ ଯୋଗେ ନିଜ ଘର ଗୁଣପୁରକୁ ଯାଉଥିବା ବେଳେ କୁମାର ଢାମୁଣୀ ନିକଟରେ ଦୁର୍ଗୀ ଆଡୁ ଆସୁଥିବା ଏକ ଆମ୍ବୁଲାନ୍ସ ତାଙ୍କୁ ଧକ୍କା ଦେଇଥିଲା। ବିଷମକଟକ ପୋଲିସ ଖବରପାଇ ଗୁରୁତର ଅବସ୍ଥାରେ ପୀତବାସଙ୍କୁ ଉଦ୍ଧାର କରି ବିଷମକଟକ ଖ୍ରୀଷ୍ଟିଆନ ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ କରିବା ପାଇଁ ବିଳମ୍ବ ହେବାରୁ ଗୁଣପୁର ଉପଜିଲାପାଳ ଅଭିଷେକ ଦିଲୀପ ଦୁଧାଲ ମେଡିକାଲରେ ପହଞ୍ଚି ଡାକ୍ତରଙ୍କ ସହିତ ଆଲେଚନା ପରେ ବ୍ୟବଚ୍ଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ଏ ନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବିଷମକଟକ ଥାନା ଅଧିକାରୀ ସମର୍ପିତ ସ୍ବାଇଁ ସୂଚନା ଦେଇଛନ୍ତି।

ଖବରପାଇ ନିୟନ୍ତ୍ରଣ ବଜାର କମିଟି ସମସ୍ତ କର୍ମଚାରୀ ମେଡିକାଲ ପହଞ୍ଚିଥିଲେ। ପିତବାସଙ୍କ ମୃତ୍ୟୁକୁ ନେଇ ଗୁଣୁପୁର ସହରରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri