ଅଧଘଣ୍ଟା ଫସି ରହିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୧।୪(ସ୍ବ.ପ୍ର.):କେନ୍ଦୁଝର ସହର ମାଇନିଂ ରୋଡ୍‌ରେ ସୋମବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଟ୍ରାଫିକ୍‌ ସମସ୍ୟା ଉତ୍କଟ ହୋଇଥିଲା। ଘଣ୍ଟାଧିକ ସମୟ ରାସ୍ତା ଜାମ ରହିଥିବା ବେଳେ ଏକ ଆମ୍ବୁଲାନ୍ସ ରାସ୍ତା ଜାମ୍‌ରେ ଅଧଘଣ୍ଟା ଧରି ଫସି ରହିଥିଲା। ସ୍ଥାନୀୟ ଲୋକଙ୍କ ସହଯୋଗରେ ରାସ୍ତା ସ୍ବାଭାବିକ ହେବା ପରେ ଆମ୍ବୁଲାନ୍ସ ମେଡିକାଲକୁ ଯାଇଥିଲା। ପାଟଣା ଅଞ୍ଚଳରୁ ଜଣେ ଗୁରୁତର ରୋଗୀଙ୍କୁ ନେଇ ଉକ୍ତ ଆମ୍ବୁଲାନ୍ସଟି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିଲା।
ଯେ, ଉକ୍ତ ରାସ୍ତାକୁ ଲାଗି ବିନା ପାର୍କିଂ ସୁବିଧାରେ ବହୁ ସଂଖ୍ୟାରେ ବ୍ୟବସାୟିକ କୋଠା ନିର୍ମାଣ ହୋଇଛି। ଫଳରେ ଉକ୍ତ ବଜାରକୁ ଆସୁଥିବା ଗ୍ରାହକମାନେ ରାସ୍ତା ଉପରେ ୨ ଚକିଆ ଏବଂ ୪ ଚକିଆ ଗାଡ଼ି ରଖୁଛନ୍ତି। ଅନେକ ସଂଖ୍ୟାରେ ଗାଡ଼ି ରାସ୍ତାରେ ରହୁଥିବାରୁ ରାସ୍ତା ସଙ୍କୁଚିତ ହୋଇ ଦୈନନ୍ଦିନ ଯାତାୟାତରେ ସମସ୍ୟା ଦେଖାଦେଉଛି। ବିଶେଷ କରି ରାସ୍ତା ଦେଇ ସ୍କୁଲ ଛାତ୍ରୀଛାତ୍ର, ପାଟଣା ଓ ସାହାରପଡ଼ା ଡାକ୍ତରଖାନାରୁ ବହୁ ସଂଖ୍ୟାରେ ରୋଗୀ ଦୈନିକ ଆମ୍ବୁଲାନ୍ସରେ ମୁଖ୍ୟ ଚିକିତ୍ସାଳୟକୁ ଆସିଥାନ୍ତି। ଏ ଅଞ୍ଚଳଟି ଏକ ଆବାସିକ ଜୋନ୍‌ ହୋଇଥିବା ସତ୍ତ୍ୱେ ପୌରପାଳିକା ପକ୍ଷରୁ ବ୍ୟବସାୟିକ କୋଠା ଘରକୁ ଅନୁମତି ଦିଆଯାଇଛି। ଅଭିଯୋଗ ପରେ ନିକଟରେ ଏକ ବ୍ୟବସାୟିକ ସଂସ୍ଥାକୁ ନୋଟିସ କରାଯାଇଛି। ମାତ୍ର ପୂର୍ବରୁ ଏଭଳି ଅନ୍ୟମାନଙ୍କୁ କେବଳ ନୋଟିସ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ସମସ୍ୟା ଜଟିଳ ହେଉଛି। ଏନେଇ କେନ୍ଦୁଝରଗଡ଼ ପୌରପାଳିକା ପ୍ଲାନିଂ ଦାୟିତ୍ୱରେ ଥିବା ଅଧିକାରୀ ରଶ୍ମିରଞ୍ଜନ କହିଛନ୍ତି, ଏହି ସବୁ ପ୍ଲାନ ପୂର୍ବରୁ ହୋଇଛି। ଏଣୁ ଏଭଳି ପରିସ୍ଥିତି ଉପୁଜିଛି। ଏ ନେଇ ଏକ ବ୍ୟବସାୟିକ ସଂସ୍ଥାଙ୍କୁ ନୋଟିସ୍‌ କରାଯାଇଛି। ନୋଟିସର ଉତ୍ତର ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପୌରପାଳିକା ନିର୍ବାହୀ ଅଧିକାରୀ ଦାୟିତ୍ୱରେ ଥିବା ଧିମନ ଚକମା (ଆଇଏଏସ) ଖୁବ୍‌ଶୀଘ୍ର ଜବରଦଖଲ ଉଚ୍ଛେଦ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri