କରୋନା ସନ୍ଦିଗ୍ଧକୁ ନେବ ଆମ୍ବୁଲାନ୍ସ

ଗଞ୍ଜାମ, ୨୭।୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ୧୦୮ ଓ ୧୦୪ ଆମ୍ବୁଲାନ୍ସ କର୍ମଚାରୀ ନେଉନାହାନ୍ତି । ଏନେଇ କେତେକଙ୍କ ଜୀବନ ଦୀପ ଲିଭିଯାଇଛି। ଆମ୍ବୁଲାନ୍ସ ଗୁରୁତର ରୋଗୀଙ୍କୁ ନେଉ ନ ଥିବାରୁ ଚିକିତ୍ସା ସେବା ପାଇବାରେ ବିଳମ୍ବ ହେଉଛି । ଏହିସବୁ ଘଟଣା ଦୃଷ୍ଟିକୁ ଆସିବା ପରେ ସୋମବାର ଜିଲା ପ୍ରଶାସନର ନିୟମ ବଦଳିଛି। ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏ ସମ୍ପର୍କରେ ନୂତନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଣିକି କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ୧୦୮ ଓ ୧୦୪ ଆମ୍ବୁଲାନ୍ସ ନେବ। ଏହି ଜରୁରୀ ପରିସ୍ଥିତିରେ ସମସ୍ତଙ୍କୁ ଆମ୍ବୁଲାନ୍ସ ସେବା ଯୋଗାଇବା ଆବଶ୍ୟକ । ସମସ୍ତ ୧୦୮ ଓ ୧୦୪ ଆମ୍ବୁଲାନ୍ସ ଚାଳକ ଓ ଷ୍ଟାଫଙ୍କୁ ପିପିଇ କିଟ୍‌ ପ୍ରଦାନ କରିବାକୁ ସିଡିଏମ୍‌ଓଙ୍କୁ ଜ଼ିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?