ଗାଁରେ ପହଞ୍ଚି ପାରୁନାହିଁ ଆମ୍ବୁଲାନ୍ସ ,ଡାକ୍ତରଖାନା ନେବା ପାଇଁ ରୋଗୀଙ୍କୁ…

ମହାକାଳପଡ଼ା,୧୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ରାସ୍ତାଘାଟ ଓ ପୋଲ ନିର୍ମାଣ ପାଇଁ ଅର୍ଥ ଖର୍ଚ୍ଚ ହେଉଛି। ହେଲେ ଆଜି ବି ପକ୍କା ରାସ୍ତା ଖଣ୍ଡେ ଅଭାବରୁ ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରୁନାହିଁ। କେଉଁଠି ଡାକ୍ତରଖାନା ଯିବାକୁ ରୋଗୀଟିକୁ ଅଧାରାସ୍ତା ଖଟିଆ ହେଉ କି ବାଉଁଶ ଭାରରେ ବୁହା ହେଉଛି। ସରକାରଙ୍କ ବିକାଶର ନଗ୍ନଚିତ୍ର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ପଞ୍ଚାୟତ ଜଙ୍ଗଲ ଘେରି ଶବରପଡ଼ା ଗ୍ରାମରୁ ସାମ୍ନାକୁ ଆସିଛି। ଗ୍ରାମର ମଙ୍ଗଳା ଭକ୍ତା (୪୦) ଝାଡ଼ାବାନ୍ତିରେ ଗୁରୁତର ହୋଇପଡ଼ିବାରୁ ଡାକ୍ତରଖାନା ନେବା ପାଇଁ ଦୀର୍ଘ ୧ କି.ମି ବାଉଁଶ ଭାରରେ ବୋହିବାକୁ ପଡ଼ିଛି।

ଶବରପଡ଼ା ଗ୍ରାମର ମଙ୍ଗଳା ଗୁରୁବାର ଝାଡ଼ାବାନ୍ତି ହୋଇ ଗୁରୁତର ହୋଇପଡ଼ିଥିଲେ। ତାଙ୍କ ପରିବାର ଲୋକେ ଡାକ୍ତରଖାନା ନେବାକୁ ୧୦୮ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିଥିଲେ। କିନ୍ତୁ ଗାଁ କୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଅଧାବାଟରେ ଅଟକି ରହିଥିଲା। ଫଳରେ ଅନ୍ୟ ଉପାୟ ନ ପାଇ ପରିବାର ଲୋକେ ଏବଂ ଗ୍ରାମବାସୀ ଗୁରୁତର ଅବସ୍ଥାରେ ମଙ୍ଗଳଙ୍କୁ ଏକ ଭାରରେ ୧ କି.ମି. ବୋହି ନେଇ ଆମ୍ବୁଲାନ୍ସ ପାଖରେ ପହଞ୍ଚାଇଥିଲେ। ସେଠାରୁ ତାଙ୍କୁ ଚିକିତ୍ସା ପାଇଁ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ରାସ୍ତା ଖଣ୍ଡିଏ ନ ଥିବାରୁ ଉପାନ୍ତ ଅଞ୍ଚଳ ଶବରପଡ଼ା ଲୋକେ ଏଭଳି ସମସ୍ୟାର ଶିକାର ହେଉଥିବା ବେଳେ ବାରମ୍ବାର ଦାବି ଓ ଅଭିଯୋଗ ସତ୍ତ୍ୱେ କୌଣସି ଫଳ ମିଳୁନାହିଁ। ଗାଁକୁ ଭଲ ରାସ୍ତା ଖଣ୍ଡିଏ ନ ଥିବାରୁ ଲୋକେ ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ହେଉଛନ୍ତି। ଏନେଇ ଦୀର୍ଘଦିନ ଧରି ସ୍ଥାନୀୟ ଲୋକେ ପ୍ରଶାସନ, ଜନପ୍ରତିନିଧିଙ୍କୁ ଅଭିଯୋଗ କରିଆସୁଛନ୍ତି। ଏପରିକି ବ୍ଲକ ମିଳିତ ଜନଶୁଣାଣିରେ ଲିଖିତ ଅଭିଯୋଗ ପତ୍ର ଗ୍ରାମବାସୀ ଦେଇଥିଲେ। ରାଜ୍ୟ ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କୁ ଗ୍ରାମବାସୀ ଭେଟି ଦୁଃଖ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଯାହା ବୁଦ୍ଧିଜୀବୀମାନେ ଆମ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇବା ସହ ଏହା ହିଁ ହେଉଛି ଆମ ବିକାଶର ଅସଲ ଚିତ୍ର ବୋଲି କହି ଅସନ୍ତୋଷ ପ୍ରକାଶ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଥାନା ନିକଟ ଦୋକାନର ଟିଣଛପର କାଟି ଲୁଟି ନେଲେ ସୁନା ରୂପା

ପୁରୁଷୋତ୍ତୋମପୁର,୧୭।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବଡବଜାରରୁ ଶୁକ୍ରବାର ରାତ୍ରରେ ଲୁଟେରାମାନେ ଏକ ଦୋକାନର ଟିଣ ଛପରକାଟି ଭିତରେ ପଶି  ସୁନା,ରୁପାଅଳଙ୍କାର ଲୁଟିନେଇଛନ୍ତି। ଏହି ଦୋକାନଟି...

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା… 

ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ  ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର...

ପ୍ରଥମ ଥର ପାଇଁ କର୍ତ୍ତବ୍ୟ ପଥରେ ସେନାର ବୀରତ୍ୱ ସହ ଦୃଷ୍ଟି ଆକର୍ଷଣ କରିବ ‘ବାକ୍ଟ୍ରିଅନ୍‌ ଓଟ’

ନୂଆଦିଲ୍ଲୀ,୧୭।୧: ଚଳିତ ବର୍ଷ, ଗଣତନ୍ତ୍ର ଦିବସ ପରେଡ ଦେଶର ସାମରିକ ଶକ୍ତି, ଭୌଗୋଳିକ ବିବିଧତା ଏବଂ ବୀରତ୍ୱପୂର୍ଣ୍ଣ ଦକ୍ଷତାକୁ ଏପରି ଭାବରେ ପ୍ରଦର୍ଶନ କରିବ ଯାହା...

ଚେତାବନୀ ଦେଲେ ମାଲିକ ସଂଘ, ୨୪ରୁ ବଡ଼ିବନି ଘରୋଇ ବସ୍‌ !

ଭୁବନେଶ୍ୱର,୧୭।୧: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ...

୨୬ ଜାନୁଆରୀ ପୂର୍ବରୁ ଆକ୍ରମଣ କରିପାରନ୍ତି ବାଂଲାଦେଶୀ ଆତଙ୍କବାଦୀ, ଦିଲ୍ଲୀ ସମେତ କିଛି ରାଜ୍ୟରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୭।୧: ଗଣତନ୍ତ୍ର ଦିବସ ପାଳନ (ଜାନୁଆରୀ ୨୬) ପୂର୍ବରୁ ସୁରକ୍ଷା ଏଜେନ୍ସିଗୁଡ଼ିକ ଏକ ବଡ଼ ସତର୍କତା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ଜଣାପଡିଛି ଯେ ଖଲିସ୍ତାନୀ...

୬ମିନିଟ୍‌ ଯାଏ କିଟ୍‌କିଟ୍‌ ଅନ୍ଧାର, ଦିନ ୧୨ଟାରେ ଗାଏବ ହୋଇଯିବେ ସୂର୍ଯ୍ୟ!

ପୃଥିବୀରେ ବହୁତ କମ ଲୋକ ଫେବୃଆରୀ 2026 ରେ ହେବାକୁ ଥିବା ଅନନ୍ୟ ସୂର୍ଯ୍ୟଗ୍ରହଣ ଦେଖିପାରିବେ। ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ। ଏହି...

ଲେନିନ ମହାନ୍ତିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଅରବିନ୍ଦ ମହାପାତ୍ର: ଭୁଲ ଭୁଲେୟା କାହାଣୀ…

ଭୁବନେଶ୍ୱର,୧୭।୧:ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ...

ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ଗ୍ରୀନ ସିଗନାଲ ଦେଲେ ମୋଦି, ଜାଣନ୍ତୁ କେଉଁ ରାଜ୍ୟକୁ ମିଳିବ ଏହାର ଲାଭ

ନୂଆଦିଲ୍ଲୀ,୧୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୧୭ ତାରିଖରେ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଟ୍ରେନଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri