ଶୁଣିଲାନି କ୍ଷୁଦ୍ର ଜଳସେଚନ ବିଭାଗ, ନିଜସ୍ବ ଉଦ୍ୟମରେ ଭଙ୍ଗା କେନାଲକୁ ମରାମତି କରି ଜଳସେଚନ କରୁଛନ୍ତି ଚାଷୀ

କୋକସରା,୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)ଜଳସେଚନର ସୁବ୍ୟବସ୍ଥା ଓ ଚାଷୀଙ୍କ ଚାଷଜମିକୁ ଜଳସେଚନ ପାଇଁ କୋଟି କୋଟି ଟଙ୍କା ଅନୁଦାନରେ କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ସ୍ଥାନରେ କ୍ଷୁଦ୍ର ଜଳସେଚନ ଅଣୁ ବିଭାଗ ପକ୍ଷରୁ ଚେକ ଡ୍ୟାମ ନିର୍ମାଣ କରାଯାଇଛି । ହେଲେ ରକ୍ଷଣାବେକ୍ଷଣ ଅଭାବରୁ ଅନେକ ଚେକ ଡ୍ୟାମ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ଡ୍ୟାମରୁ ଜଳସେଚନ ସୂଚାରୁ ରୂପେ ହେଉ ନ ଥିବା ବେଳେ ଅନେକ ସ୍ଥାନରେ କେନାଲ ଭାଙ୍ଗି ଯାଇଥିବାରୁ ଚାଷିଙ୍କ ଜମିକୁ ପାଣି ମାଡୁନାହିଁ। ବ୍ଲକର ଗୋତୋମୁଣ୍ଡା ପଞ୍ଚାୟତ ଅଠରନାଲା ଚେକ ଡ୍ୟାମରୁ ପାଖାପାଖି ୩ ଶହ ଏକର ଚାଷଜମି ଜଳସେଚିତ ହେଉଥିବାବେଳେ କେନାଲ ଅନେକ ସ୍ଥାନରେ ଭାଙ୍ଗି ପଡିଥିବା କାରଣରୁ ଚାଷି ଜଳସେଚନ ସୁବିଧାରୁ ବଞ୍ଚିତ ରହୁଛନ୍ତି। କେନାଲ ମରାମତି ପାଇଁ ଗୋତୋମୁଣ୍ଡା ପଞ୍ଚାୟତ ବାଞ୍ଜିକୋଟ, ଚୋରନିଦ୍ୱାର ଭଇଁସାଳପଡା ଅଞ୍ଚଳର ଚାଷୀମାନେ ବିଗତ ୨/୩ ବର୍ଷ ଧରି ଅନେକ ସମୟରେ ବିଭାଗୀୟ ଅଧିକାରୀ, ସ୍ଥାନୀୟ ବିଧାୟକଙ୍କୁ ଅଭିଯୋଗ ପରେ ମଧ୍ୟ କୌଣସି ଫଳପ୍ରଦ ହୋଇନାହିଁ ବୋଳି ଅଭିଯୋଗ କରିଛନ୍ତି। ଗତ କିଛିଦିନ ଧରି ଲଘୁଚାପ ବର୍ଷା ଯୋଗୁଁ ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ କେନାଲ ଗୁଡିକ ଭାଙ୍ଗି ପଡିଥିବାରୁ ଚାଷୀ ମାନେ ନିଜସ ଉଦ୍ୟମରେ ଭଙ୍ଗା କେନାଲ କାନ୍ଥରେ ଗଛ ଭାର ଦେଇ ତାରପୋଲିଂ, ବାଲିବସ୍ତା, ମାଟି ପକାଇ ଚାଷ ଜମିକୁ ପାଣି ମଡାଉଥିବା ଦେଖିବାକୁ ମିଳିଛି। ତେବେ ଆଗକୁ କେନାଲ ମରାମତି ନକଲେ ଅଞ୍ଚଳ ଚାଷି ମାନେ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବୁ ବୋଲି ଚାଷି ତ୍ରିନାଥ ଯାନୀ, ଯୁଗେଶ୍ୱର ମାଝୀ, ଦ୍ରୋଣ ପୁଝାରି, ଉପେନ୍ଦ୍ର ବାଗ, ସତ୍ୟ ନାଗ, ଗଣେଶ ପୁଝାରି, ସୁନିଲ ପୁଝାରି, ପ୍ରକାଶ ମାଝୀ ପ୍ରମୁଖ ଚାଷି କହିଛନ୍ତି। ଏନେଇ କୋକସରା କ୍ଷୁଦ୍ର ଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ହିମାଂଶୁ ଶେଖର ଦାସଙ୍କ ପ୍ରତିକ୍ରିୟା ନେବାରୁ ଅଠର ନାଲା ଚେକ ଡ୍ୟାମ ଓ କେନାଲ ନିର୍ମାଣ ପାଇଁ ଇଷ୍ଟିମେଟ ଦିଆଯାଇଛି, ଅନୁଦାନ ଆସିଲେ କାର୍ଯ୍ୟ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri