ସଂଶୋଧନ ହେଲା ବିପିୟୁଟି ଆଇନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଆଇନ-୨୦୦୨ର ସଂଶୋଧନ ହୋଇଛି। ସୂଚନା ଓ ବୈଷୟିକ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବୋର୍ଡ ଅଫ୍‌ ଗଭନର୍ସ ଦ୍ୱାରା ପରିଚାଳନା ନିମନ୍ତେ ବିପିୟୁଟି ଆକ୍ଟରେ ଥିବା ସଂଘଟକ ମହାବିଦ୍ୟାଳୟ ସଂଜ୍ଞା ନିରୂପଣ କରାଯାଇଛି। ସଂଶୋଧନ ପରେ ସମସ୍ତ ସରକାରୀ ବୈଷୟିକ ମହାବିଦ୍ୟାଳୟଗୁଡିକର କାର୍ଯ୍ୟାବଳୀ ସୁଚାରୂରୂପେ ପରିଚାଳନା ପାଇଁ କାର୍ଯ୍ୟକ୍ଷମ ହେବ। ସଂଶୋଧନ ଆଇନ କାର୍ଯ୍ୟକାରୀ ହେବାଠାରୁ ସିଇଟି ଭୁବନେଶ୍ୱର ଆଉ ବିପିୟୁଟି ଅଧୀନରେ ରହିବ ନାହିଁ। ଏହା କେବଳ ଅନୁବନ୍ଧିତ ମହାବିଦ୍ୟାଳୟ ହେବ। ଏହା ନିଜସ୍ବ ଗଭର୍ନରସ ଅଧୀନରେ ପରିଚାଳିତ ହେବ। ପ୍ରଚଳିତ ସର୍ବଭାରତୀୟ ବ୍ୟବସ୍ଥା ଓ ଏଆଇସିଟିଇ ନିର୍ଦ୍ଦେଶ ଅନୁସାରେ ପ୍ରଫେସର, ରିଡର୍‌ ଓ ଅଧ୍ୟାପକ ପଦବୀଗୁଡିକୁ ଯଥାକ୍ରମେ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଓ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ନାମିତ କରାଯିବ। କୁଳପତି କିମ୍ବା ବିଶ୍ୱବିଦ୍ୟାଳୟର କୌଣସି ଅଧିକାରୀଙ୍କ କାର୍ଯ୍ୟରେ ଭୁଲ ପରିଲକ୍ଷିତ ହେଲେ କୁଳାଧିପତି ଏହାର ସଂଶୋଧନ ପାଇଁ ଆବଶ୍ୟକ ନିର୍ଦ୍ଦେଶ ଦେଇପାରିବେ। ବିପିୟୁଟି କୁଳପତିଙ୍କ କାର୍ଯ୍ୟକାଳ ଅନ୍ୟ ବିଶ୍ୱବିଦ୍ୟାଳୟ ପରି ୫ ବର୍ଷ ପରିବର୍ତ୍ତେ ୪ ବର୍ଷ ହେବ। ଛାତ୍ରୀଛାତ୍ର ବିଶୃଙ୍ଖଳା ନିୟନ୍ତ୍ରଣ ପାଇଁ କୁଳପତିଙ୍କ ଦ୍ୱାରା ଜଣେ ପ୍ରଫେସରଙ୍କ ଅଧ୍ୟକ୍ଷତାରେ ୩ ଜଣ ସଦସ୍ୟ ବିଶିଷ୍ଟ ଅନୁଶାସନ କମିଟି ଗଠନ ହେବ। ବିପିୟୁଟିର କୁଳସଚିବ ପଦବୀ ଓଡ଼ିଶା ପ୍ରଶାସନିକ ସେବାର ଯୁଗ୍ମ ଶାସନ ସଚିବ ପାହ୍ୟାର ଅଧିକାରୀଙ୍କ ଦ୍ୱାରା ପୂରଣ ହେବ। ସେହିପରି ବିତ୍ତ ଅଧିକାରୀ ପଦବୀ ଓଡ଼ିଶା ଅର୍ଥ ସେବାର ଯୁଗ୍ମ ସଚିବ ପାହ୍ୟା ଅଧିକାରୀଙ୍କ ଦ୍ୱାରା ପୂରଣ ହେବ। ବିଶ୍ୱବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣ ପାଇଁ କୁଳାଧିପତି କିମ୍ବା କୁଳପତିଙ୍କ ଦ୍ୱାରା ଚୟନ କମିଟି ସରକାରଙ୍କ ଅନୁମୋଦନ ନେଇ ଗଠନ କରାଯିବ।
କୃଷି ବିଭାଗ ପକ୍ଷରୁ ଦିଆଯାଇଥିବା ରିଓ୍ବାର୍ଡ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁର କରିଛି। ଏହି ପ୍ରକଳ୍ପ ପାଇଁ ୫୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରୁ ବିଶ୍ୱବ୍ୟାଙ୍କ ୩୫୦ କୋଟି ଟଙ୍କା ଋଣ ଯୋଗାଇ ଦେବ। ଏହି ପ୍ରକଳ୍ପ ଜରିଆରେ ଜଳବାୟୁ ସହନଶୀଳ ଫସଲ ଚାଷ ପଦ୍ଧତି ସମ୍ପ୍ରସାରଣର ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ୧୦ ହଜାର ଭୂମିହୀନ ଗରିବ ପରିବାର ସମେତ ପ୍ରାୟ ୧ ଲକ୍ଷ ୯୦ ହଜାର କୃଷକ ପରିବାର ଉପକୃତ ହେବେ।
ହସ୍ତଶିଳ୍ପ କ୍ଷେତ୍ରକୁ ସ୍ବତନ୍ତ୍ର ଭାବେ ପ୍ରାଧାନ୍ୟ ଦେବା ସକାଶେ ରାଜ୍ୟ ସରକାର ଶିଳ୍ପ ବିଭାଗଠାରୁ ହସ୍ତଶିଳ୍ପକୁ ଅଲଗା କରି ହସ୍ତତନ୍ତ , ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ସହ ମିଶ୍ରଣ କରିଛନ୍ତି। ହସ୍ତଶିଳ୍ପ କ୍ଷେତ୍ର ପାଇଁ ୫୫୨ ପଦବୀ ଚିହ୍ନଟ କରାଯାଇ ଅଣୁ, କ୍ଷୁଦ୍ର ଓ ମଧ୍ୟମ(ଏମ୍‌ଏସ୍‌ଏମ୍‌ଇ) ଉଦ୍ୟୋଗଠାରୁ ଅଲଗା କରାଯାଇଛି। ଏହି ପଦବୀରେ ଥିବା ବିଭିନ୍ନ ଅଧିକାରୀ ଓ କର୍ମଚାରୀମାନେ ଉଭୟ ହସ୍ତଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ବିଭାଗ ପାଇଁ କାର୍ଯ୍ୟ କରୁଥିଲେ। ସେମାନଙ୍କର ଚାକିରି ଏମ୍‌ଏସ୍‌ଏମ୍‌ଇ ଅଧୀନରେ ଥିଲା। ଏହାଦ୍ୱାରା ବିଭିନ୍ନ ଯୋଜନା ପରିଚାଳନା ପାଇଁ ଅସୁବିଧା ହେଉଥିଲା। ଏହାକୁ ଦୃଷ୍ଟିରେ ରଖି ହସ୍ତଶିଳ୍ପ ଲାଗି ସ୍ବତନ୍ତ୍ର କ୍ୟାଡର ଓଡ଼ିଶା ହସ୍ତଶିଳ୍ପ ସେବା ନିୟମ-୨୦୨୧ ଏବଂ ଓଡ଼ିଶା ଅଧସ୍ତନ ହସ୍ତଶିଳ୍ପ ସେବା ନିୟମ-୨୦୨୧ କାର୍ଯ୍ୟକାରୀ କରାଯାଇଛି। ଏହି କ୍ୟାଡର ମାଧ୍ୟମରେ ଗ୍ରୁପ-ଏ ଓ ଗ୍ରୁପ-ବି ପଦାଧିକାରୀ ନିଯୁକ୍ତି ପ୍ରକ୍ରିୟା ଓ ପରିଚାଳନା କରାଯିବ। ଏହି କ୍ୟାଡରରେ ସହାୟକ ନିର୍ଦ୍ଦେଶକ, ଉପନିର୍ଦ୍ଦେଶକ, ଯୁଗ୍ମ ନିର୍ଦ୍ଦେଶକ, ଅତିରିକ୍ତ ନିର୍ଦ୍ଦେଶକ ଓ ନିର୍ଦ୍ଦେଶକ ପଦବୀ ସୃଷ୍ଟି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?