Posted inରାଜ୍ୟ

କିଏ ସେ ୫ ନେତା ଯିଏକି ବିଜେଡିକୁ ବୁଡାଇଦେବେ? ଅମରେଶଙ୍କ ବୟାନକୁ ନେଇ ରାଜନୀତିରେ ହଲଚଲ

ଭୁବନେଶ୍ୱର.୨୨।୪: ଥମିବାର ନାଁ ନେଉନାହିଁ ବିଜେଡି କନ୍ଦଳ। ଏବେ ବିଜେଡି କଳିକୁ ନେଇ ବରିଷ୍ଠ ନେତା ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ଦଳର ୪ ରୁ ୫ ଜଣ ନେତା ଦଳକୁ ବୁଡ଼ାଇଦେବେ ବୋଲି ସେ କହିଛନ୍ତି।

ଅମରେଶ କହିଛନ୍ତି, ଦଳ ଠିକ ଢଙ୍ଗରେ ପରିଚାଳନା ହେଉନାହିଁ। ଯେଉଁମାନେ କାମ କରୁଛନ୍ତି ଅଣାଦେଖା କରାଯାଉଛି॥ ଯେଉଁ ୪ରୁ ୫ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି ସେମାନେ ନିରପେକ୍ଷ ନୁହନ୍ତି। ମେଳି କରିଥିବା ବରିଷ୍ଠଙ୍କ ଦ୍ବାରା ସେମାନେ ପରିଚାଳିତ ହେଉଛନ୍ତି। ସେମାନେ ଯାହା କହୁଛନ୍ତି, ଏମାନେ କରୁଛନ୍ତି। ନିର୍ବାଚନରେ ହାରିବା ପରେ ସବୁ ଜିଲାରେ ମୁଣ୍ଡ ପୂରାଉଛନ୍ତି। ୨୪ ବର୍ଷର ସରକାର, ଯାହା ଦେହରେ ହାତ ମାରିଥିଲେ ସୁନା ହୋଇଥାଆନ୍ତା। ହେଲେ ଭଲ ସରକାରକୁ କିଛି ଜଣ ଷଡ଼ଯନ୍ତ୍ର କରି ବିଦା କରିଛନ୍ତି। ଗୋଟିଏ ଲୋକ ଉପରେ ଦୋଷ ଦେଇ ଏମାନେ ପାର୍‌ ହେଉଛନ୍ତି। ଏହି ଷଡ଼ଯନ୍ତ୍ରକାରୀଙ୍କ ହାତରେ ଦଳ ଅଛି। ଏହି ୪/୫ ଜଣଙ୍କ ଯୋଗୁ ଆମ ସରକାର ବଦନାମ ହେଲା। ବିଜେଡିକୁ କବ୍ଜା କରିବାକୁ ରୀତିମତ ଷଡଯନ୍ତ୍ର ଚାଲିଛି। ଦ୍ୱିତୀୟ କ୍ଷମତାକେନ୍ଦ୍ର କିଏ ହେବ ବିଧିବଦ୍ଧ ଚକ୍ରାନ୍ତ ଚାଲିଛି। ସେମାନେ ପ୍ୟାରୀଙ୍କ ନିକଟତର ଥିଲେ, ମୁଖିଆ ନବୀନଙ୍କ ମଧ୍ୟ ଏମାନେ ନିକଟତର। ମୋତେ ଲାଗୁଛି ଏମାନେ ଦଳକୁ ନିଶ୍ଚିତ ଭାବେ ବୁଡ଼ାଇ ଦେବେ। ହାରିବା ପରେ ବି ଏମାନଙ୍କର ନିଦ ଭାଙ୍ଗି ନାହିଁ। ଏବେ ବି ସେମାନେ ନିଜକୁ ମନ୍ତ୍ରୀ ବୋଲି ଭାବୁଛନ୍ତି। ଦଳକୁ କ୍ଷତି କରୁଥିବା ଲୋକଙ୍କ ବିରୋଧରେ ସ୍ବର ଉତ୍ତୋଳନ କରାଯିବ ବୋଲି ସେ କହିଛନ୍ତି।

ତେବେ ଅମରେଶଙ୍କ ଏଭଳି ବୟାନ ପରେ କିଏ ସେ ୫ ନେତା ବୋଲି ଆଲୋଚନା ବଢ଼ିବାରେ ଲାଗିଛି। ପରୋକ୍ଷରେ କାହାକୁ ଇଙ୍ଗିତ କରି ସେ ଏଭଳି କଟାକ୍ଷ କରିଛନ୍ତି ତାହା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri