ତୁରନ୍ତ କାବୁଲ ବିମାନ ବନ୍ଦର ଗେଟ୍ ଛାଡିବାକୁ ନିଜ ନାଗରିକଙ୍କୁ ସୂଚନା ଦେଲା ଆମେରିକା

ୱାଶିଂଟନ,୨୮ ।୮: ଆଫଗାନିସ୍ତାନ ରାଜଧାନୀ କାବୁଲର ବିମାନ ବନ୍ଦରରେ ହୋଇଥିବା ବସ୍ଫୋରଣ ପରେ ଆମେରିକା ତା’ର ନାଗରିକଙ୍କୁ ସତର୍କ କରାଇ ଦେଇଛି । ସେ ତା’ର ନାଗରିକଙ୍କୁ ତୁରନ୍ତ ବିମାନ ବନ୍ଦର ଗେଟ ଛାଡି ଚାଲି ଯିବାକୁ କହିଛି । ଆମେରିକା ଦୂତାବାସ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ କାବୁଲ ବିମାନ ବନ୍ଦର ପର୍ଯ୍ୟନ୍ତ ନ ଯିବାକୁ ପରାମର୍ଶ ଦିଆଯାଇଛି । ତାଲିବାନ ନିୟନ୍ତ୍ରଣକୁ ଏହା ଆସିଯାଇ ଥିବାରୁ ଆଫଗାନିସ୍ତାନ ନାଗରିକଙ୍କ ସମେତ ହଜାର ହଜାର ସଂଖ୍ୟାରେ ଲୋକେ ଆଫଗାନିସ୍ତାନ ଛାଡି ବାହାରକୁ ପଳାଇ ଯାଉଛନ୍ତି । ହ୍ୱାଇଟ ହାଉସ ପକ୍ଷରୁ ଲୋକଙ୍କୁ ଉଦ୍ଧାର କରାଯିବା ପ୍ରକ୍ରିୟାକୁ ସବୁଠାରୁ ଭୟଙ୍କର ପ୍ରକିୟା ବୋଲି କହିଛି । କାବୁଲରେ ଥିବା ଆମେରିକା ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି କି ଯେଉଁମାନେ ବି ଇଷ୍ଟ ଗେଟ, ନଥ ଗେଟ ଅବା ନୂଆ ମନ୍ତ୍ରଣାଳୟ ବା ଇଣ୍ଟରନାଲ ଗେଟେରେ ଅଛନ୍ତି ସେମାନେ ତୁରନ୍ତ ବାହାରିଯାଆନ୍ତୁ । ବିମାନ ବନ୍ଦରରେ ବିପଦ ଥିବାରୁ ଆମେରିକା ତା’ର ନାଗରିକଙ୍କୁ ବିମାନ ବନ୍ଦର ନ ଯିବାକୁ ପରାମର୍ଶ ଦେଇଛି । ଆମେରିକା ପୁଣିଥରେ କାବୁଲରେ ବିସ୍ଫୋରଣ ଆଶଙ୍କା କରି ଏଭଳି ସତର୍କତା ଜାରି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri