ଆଫଗାନିସ୍ତାନକୁ ୪୭୦ କୋଟିର ଆର୍ଥିକ ସହାୟତା ଦେବ ଆମେରିକା

ୱାଶିଂଟନ,୧୪ ।୯: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ କରିବା ପରେ ଏବେ ଆମେରିକା ଆଫଗାନିସ୍ତାନର ଲୋକଙ୍କୁ ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛି । ଜାତିସଂଘରେ ଆମେରିକାର ରାଷ୍ଟ୍ରଦୂତ ଲିଣ୍ଡା ଥାମ୍ପସନ-ଗ୍ରୀନଫିଲ୍ଡ କହିଛନ୍ତି ଆମେରିକା ଆଫଗାନିସ୍ତାନର ଜନତାଙ୍କ ପାଇଁ ୬୪ ମିଲିୟନ ଡଲାର(ପାଖାପାଖି ୪୭୦ କୋଟି ଟଙ୍କା) ମାନବିକ ସହାୟତା ଦେବାକୁ ପ୍ରସ୍ତୁତ ଅଛି । ସେ କହିଛନ୍ତି ଏବେ ଆଫଗାନିସ୍ତାନର ସ୍ଥିତି ଖରାପ ଅଛି । ତେଣୁ ଏଭଳି ସ୍ଥିତିରେ ଆମେରିକା ଆଫଗାନବାସୀଙ୍କୁ ୬୪ ମିଲିୟନ ଡଲାର ସହାୟତା ଦେବାକୁ କଥା ଦେଉଛି । ଆମେରିକାର ରାଷ୍ଟ୍ରଦୂତ ଲିଣ୍ଡା ଥାମ୍ପସନ-ଗ୍ରୀନଫିଲ୍ଡ ଟୁଇଟ୍ କରି ଲେଖିଛନ୍ତି, ମୋତେ ଏହି ଘୋଷଣା କରିବା ସମୟରେ ଗର୍ବ ଲାଗୁଛି କି ଆମେରିକା ଆଫଗାନିସ୍ତାନ ଜନତାଙ୍କ ପାଇଁ ନୂଆ ମାନବିକ ସହାୟତା ପାଇଁ ୬୪ ମିଲିୟନ ଡଲାର ଦେଉଛି । ଏହି ଆର୍ଥିକ ଘୋଷଣା ଜାତିସଂଘ ଓ ଅନ୍ତରାଷ୍ଟ୍ରୀୟ ଏନ୍‌ଜିଓର କାମକୁ ସମର୍ଥନ କରିବ । ଅନ୍ୟ ଦେଶମାନେ ବି ଆଫଗାନିସ୍ତାନବାସୀଙ୍କୁ ସାହଯ୍ୟ କରନ୍ତୁ ବୋଲି ଆମେରିକା କହିଛି । ଆମେରିକା ପୂର୍ବରୁ ଜାତିସଂଘ ମୁଖ୍ୟ, ନ୍ୟୁଜିଲାଣ୍ଡ, ଚାଇନା, ଜର୍ମାନୀ ମଧ୍ୟ ଆଫଗାନିସ୍ତାନକୁ ସହାୟତା ଯୋଗାଇ ଦେବାକୁ ଘୋଷଣା କରି ସାରିଛନ୍ତି । ସୂଚନାଯୋଗ୍ୟ, ଭାରତପକ୍ଷରୁ ଏପର୍ଯ୍ୟନ୍ତ ଏପରି କୌଣସି ଘୋଷଣା କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri