ଟ୍ରମ୍ପ୍‌ଙ୍କୁ ସୁସ୍ଥ କରିଥିଲା ଏହି ଔଷଧ, ଯାହା ଆମେରିକୀୟଙ୍କ ପାଇଁ ହେବ ବରଦାନ

ଓ୍ବାଶିଂଟନ,୨୨ା୧୧: କରୋନା ଭୂତାଣୁ ପୁଣି ଥରେ ଲେଉଟିଛି। ଫଳରେ ଲୋକେ ଏଥିରେ ଶିକାର ହେବାର ଲାଗିଲେଣି। ଏଭଳି ପରିସ୍ଥିତିରେ ଆମେରିକାର ଖାଦ୍ୟ ଏବଂ ଔଷଧ ବିଭାଗ ଶନିବାର ଜରୁରୀକାଳିନ ପରିସ୍ଥିତିରେ ରେଜେନେରନ ଚିକିତ୍ସା ପାଇଁ ଅନୁମତି ଦେଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ସଂକ୍ରମିତ ହେବା ପରେ ତାଙ୍କର ଚିକିତ୍ସା କରାଯାଇଥିଲା। ପରେ ସେ ଶୀଘ୍ର ଆରୋଗ୍ୟ ଲାଭ କରିଥିଲେ।

ରେଜେନେରନଙ୍କ ଚିକିତ୍ସାରେ ଦୁଇଟି ଆଣ୍ଟିବଡି ବ୍ୟବହାର କରାଯାଇଛି। ଗତମାସରେ ରାଷ୍ଟ୍ରପତି ଟ୍ରମ୍ପ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଏହି ଔଷଧରେ ସେ ସୁସ୍ଥ ହୋଇଥିଲେ। ତେଣୁ ବର୍ତ୍ତମାନ ସମଗ୍ର ଆମେରିକୀୟଙ୍କ ପାଇଁ ଏହି ଔଷଧ ବରଦାନ ସଦୃଶ ହେବ।

ଅକ୍ଟୋବର ୭ରେ ଓ୍ବାଲର୍‌ଡ ରିଡ ଆର୍ମି ମେଡିକାଲରୁ ହ୍ବାଇଟ୍‌ ହାଉସକୁ ଫେରିବା ପରେ ଟ୍ରମ୍ପ ଏହି ଚିକିତ୍ସା ପଦ୍ଧତିକୁ ପ୍ରଶଂସା କରିଥିଲେ। ସେ ଲେଖିଛନ୍ତି ଯେ, ଅନ୍ୟମାନେ କେବଳ ଡାକ୍ତରୀ ଅଭ୍ୟାସ ବୋଲି କୁହନ୍ତି, କିନ୍ତୁ ଏହା ମୋତେ ଭଲ କଲା, ଠିକ୍‌ ଅଛି। ମୁଁ ଏହାକୁ ଏକ ଉପଶମ ବୋଲି କହୁଛି।

ଏଫ୍‌ଡିଏ କହିଛି ଯେ, ଆଣ୍ଟିବାୟୋଟିକ ଚିକିତ୍ସା କାସିରିଭିମାବ ଏବଂ ଇମଡେଭିମାବକୁ ଅନୁମୋଦନ କରାଯାଇଛି। ବୟସ୍କ ଏବଂ ଶିଶୁ ରୋଗୀଙ୍କ କ୍ଷେତ୍ରରେ ଏହି ଚିକିତ୍ସା କରାଯିବ।

ଖାଦ୍ୟ ଏବଂ ଔଷଧ ବିଭାଗ (ଏଫ୍‌ଡିଏ) ଲେଖିଛି, କରୋନା ଯୋଗୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା କିମ୍ବା ଅମ୍ଳଜାନ ଚିକିତ୍ସା ଆବଶ୍ୟକ କରୁଥିବା ରୋଗୀଙ୍କ ପାଇଁ କାସିରିଭିମାବ ଏବଂ ଇମଡେଭିମାବ ଅନୁମୋଦିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri