ରୁଷିଆ ସେନାଙ୍କ ହୋସ ଉଡାଉଛି ଆମେରିକା ଅସ୍ତ୍ର

କ୍ୱିଭ,୮ ।୪: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି । ଉଭୟ ଦେଶ ନିଜ ନିଜ ଜିଦରେ ଅଟଳ ରହିଛନ୍ତି । ଏପଟେ ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ବାରମ୍ବାର ୟୁକ୍ରେନକୁ ସପୋର୍ଟ କରି ଆସୁଥିବା ବେଳେ ରୁଷିଆ ଉପରେ ନାନା ପ୍ରକାର ପ୍ରତିବନ୍ଧକ ଲଗାଇ ଚାଲିଛି । ତେବେ ଆମେରିକା ୟୁକ୍ରେନକୁ ସେନା ପଠାଇ ସହାୟତା କରୁନି ସତ ହେଲେ ଆମେରିକା ଯେଉଁ ହାଇଟେକ ଅସ୍ତ୍ର ୟୁକ୍ରେନକୁ ଯୋଗାଇ ଦେଉଛି ସେଥିରେ ରୁଷିଆ ସେନାଙ୍କ ହୋସ ଉଡିଗଲାଣି । ଏଥିମଧ୍ୟରୁ ଗୋଟିଏ ହେଉଛି ସ୍ୱିଚବ୍ଲେଡ ଡ୍ରୋନ୍ସ । ଏହାର ସହାୟତାରେ ୟୁକ୍ରେନ ସେନା ଶତ୍ରୁ ପକ୍ଷକୁ କଡା ଜବାବ ଦେଉଛନ୍ତି । ଏହିଭଳି ୧୦୦ଡ୍ରୋନ ଆମେରିକା ୟୁକ୍ରେନକୁ ଯୋଗାଇ ଦେଇଛି ।
ସ୍ୱିଚବ୍ଲେଡ ଡ୍ରୋନର ବିଶେଷତ୍ୱ ହେଉଛି ଏଥିରେ ଲାଗିଥିବା କ୍ୟାମେରା ଶତ୍ରୁଙ୍କ ସମ୍ପର୍କରେ ସମସ୍ତ ତଥ୍ୟ ଟ୍ରାକ କରିଥାଏ । ଜଙ୍ଗଲ, ପାହାଡ, ବିଲଡିଂ ସବୁଠି ଶତ୍ରୁଙ୍କୁ ଖୋଜି ବାହାର କରିଥାଏ । ଏହାସହ ଏହା ହିଟ୍ ହେବା ମାତ୍ରେ ବିସ୍ଫୋରଣ ହୋଇଥାଏ । ଏଥିରେ ଶତ୍ରୁକୁ ବଞ୍ଚିବାର କୌଣସି ସୁଯୋଗ ନ ଥାଏ । ଏହାକୁ ରିମୋଟରେ କଣ୍ଟ୍ରୋଲ କରାଯାଇଥାଏ । ଏହାର ଓଜନ ୨୩ କିଲୋଗ୍ରାମ ଓ ଏହା ୪୦ କିଲୋମିଟର ପର୍ଯ୍ୟନ୍ତ ଉଡିବାର କ୍ଷମତା ରଖିଥାଏ ଆଉ କମାଣ୍ଡ ମିଳିବା ପରେ ପରେ ଏହା ୧୮୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri