America Helicopter Crash: ଘାଟିକୁ ଖସି ପାଉଁଶ ହୋଇଗଲା ହେଲିକପ୍ଟର, ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩।୧:  ଶୁକ୍ରବାର ସକାଳେ ଆମେରିକାର ଆରିଜୋନା ରାଜ୍ୟର ପିନାଲ୍ କାଉଣ୍ଟିର ଏକ ପାର୍ବତ୍ୟ ଅଞ୍ଚଳରେ ଏକ ଘରୋଇ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏହି ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି । ସ୍ଥାନୀୟ କର୍ତ୍ତୃପକ୍ଷ ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି । ପିନାଲ୍ କାଉଣ୍ଟି ସେରିଫ୍ ଅଫିସ୍ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ପୋଷ୍ଟ କରିଛି ଯେ ଫୋନିକ୍ସରୁ ପ୍ରାୟ ୧୦୩ କିଲୋମିଟର ପୂର୍ବରେ ଅବସ୍ଥିତ ଟେଲିଗ୍ରାଫ୍ କାନିୟନ୍ ନିକଟରେ ସକାଳ ପ୍ରାୟ ୧୧ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ହେଲିକପ୍ଟରଟି କୁଇନ୍ କ୍ରିକ୍‌ର ପେଗାସସ୍ ଏୟାରପାର୍କରୁ ଉଡ଼ାଣ ଭରିଥିଲା।

ସେରିଫଙ୍କ କାର୍ଯ୍ୟାଳୟ ଅନୁଯାୟୀ, ହେଲିକପ୍ଟରରେ ଥିବା ସମସ୍ତ ଚାରି ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏଥିରେ ୫୯ ବର୍ଷୀୟ ପୁରୁଷ ପାଇଲଟ୍, ତିନି ଜଣ ଯୁବତୀ – ଦୁଇ ଜଣ ୨୧ ବର୍ଷୀୟ ଏବଂ ଜଣେ ୨୨ ବର୍ଷୀୟ – ସମସ୍ତେ ଗୋଟିଏ ପରିବାରର ସଦସ୍ୟ ଥିଲେ।  ପ୍ରାରମ୍ଭିକ ସୂଚନା ଅନୁଯାୟୀ, ହେଲିକପ୍ଟରଟି ଏକ  Recreational Slackline (ପାହାଡ଼ ମଧ୍ୟରେ ସ୍ଥାପିତ ଏକ ପ୍ରକାରର ରଶି ଭଳି ଜାଲି) ରେ ଧକ୍କା ଦେଇଥିଲା ଏବଂ ତା’ପରେ ଘାଟିରେ ଖସି ପଡ଼ିଥିଲା। ଫେଡେରାଲ୍ ଏଭିଏସନ୍ ପ୍ରଶାସନ (FAA) ଏବଂ ଜାତୀୟ ପରିବହନ ସୁରକ୍ଷା ବୋର୍ଡ (NTSB) ଦୁର୍ଘଟଣାର ତଦନ୍ତ କରୁଛନ୍ତି । ଦୁର୍ଘଟଣା ପରେ, ସୁରକ୍ଷା ଦୃଷ୍ଟିରୁ ସେହି ଅଞ୍ଚଳରେ ଏକ ଅସ୍ଥାୟୀ ଉଡ଼ାଣ ପ୍ରତିବନ୍ଧକ ଲାଗୁ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri