ୟୁଏନଏସସିର ଭୋଟିଂରେ ଭାଗ ନେଲେ ନାହିଁ ଭାରତ, ଚାଇନା, ୟୁଏଇ

ନ୍ୟୁୟର୍କ,୨୬ ।୨: ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ କରାଯାଉଥିବା ଆକ୍ରମଣକୁ ନେଇ ଅସହମତି ପ୍ରସ୍ତାବ ଉପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ଭୋଟିଂ କରାଯାଇଥିଲା । ଏହି ଭୋଟିଂ ପ୍ରକ୍ରିୟାଠାରୁ ଭାରତ ଓ ଚାଇନା ନିଜକୁ ଦୂରେଇ ରଖିଛନ୍ତି । ଏହି ପ୍ରସ୍ତାବରେ ରୁଷିଆର ଆକ୍ରମଣକୁ ନିନ୍ଦା କରାଯିବା ସହ ୟୁକ୍ରେନରୁ ତୁରନ୍ତ ବିନା ସର୍ତ୍ତରେ ସେନା ଫେରାଇ ନେବା କଥା କୁହାଯାଇଛି । ୟୁଏନଏସସିରେ ଆମେରିକା ଓ ଆଲବାନିୟା ଦ୍ୱାରା ପ୍ରସ୍ତୁତ ରିଜୋଲ୍ୟୁସନ ଡ୍ରାଫ୍ଟରେ ରୁଷିଆର ଆକ୍ରୋଶ, ୟୁର୍କେନ ସାର୍ବଭୌମତ୍ୱ, ସ୍ୱାଧିନତା, ଏକତା ଏବଂ ଆଞ୍ଚଳିକ ଅଖଣ୍ଡତା ପାଇଁ ପ୍ରତିଶ୍ରୁତି ଦେଇଛି ଓ ରୁଷିଆର ଆକ୍ରମଣକୁ ଅନ୍ତର୍ଜାତୀୟ ଶାନ୍ତି ଏବଂ ନିରାପତ୍ତାର ଉଲ୍ଲଂଘନ ବୋଲି ଦର୍ଶାଯାଇଛି । ପୂର୍ବ ୟୁକ୍ରେନର ଡୋନେଟସ୍କ ଓ ଲୁହାନସ୍କକୁ ସ୍ୱାଧିନ ଦେଶର ମାନ୍ୟତା ଦେବା ନିଷ୍ପତ୍ତିର ତୁରନ୍ତ ପ୍ରତ୍ୟାବର୍ତ୍ତନ ପାଇଁ କୁହାଯାଇଛି ।
ମିଳିତ ଜାତିସଂଘ ସୁରକ୍ଷା ପରିଷଦର ୧୫ ସଦସ୍ୟ ଦେଶରୁ ୧୧ଟି ଦେଶ ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ନିନ୍ଦା ପ୍ରସ୍ତାବ ଉପରେ ଭୋଟ ଦେଇଛନ୍ତି । ହେଲେ ଏଥିରୁ ଭାରତ, ଚାଇନା ଓ ୟୁଏଇ ଦୂରେଇ ରହିଛନ୍ତି । ହେଲେ ରୁଷିଆର ଭିଟୋ ପାୱାର ଏହି ପ୍ରସ୍ତାବର ରାସ୍ତାକୁ ବନ୍ଦ କରି ଦେଇଛି । ସୂଚନାଯୋଗ୍ୟ, ରୁଷିଆ ନିକଟରେ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟତା ରହିଥିବାରୁ ତା ନିଟରେ ଭିଟୋ ପାୱାର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri