‘ଅଭିଯୋଗ ଅତ୍ୟନ୍ତ ଗମ୍ଭୀର, ଆମେ ଚିନ୍ତିତ ଅଛୁ’ ନିଜାରଙ୍କ ହତ୍ୟା ମାମଲାରେ କାନାଡାର ଅଭିଯୋଗ ଉପରେ ଆମେରିକାର ବୟାନ

ଓ୍ବାଶିଂଟନ,୪।୧୦: ଖାଲିସ୍ତାନ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟା ମାମଲାରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଅଭିଯୋଗ ପରେ ଭାରତ ଏବଂ କାନାଡା ସମ୍ପର୍କରେ ତିକ୍ତତା ଆସିଛି। ଭାରତ-କାନାଡା ସମ୍ପର୍କକୁ ନେଇ ଆମେରିକା ମଧ୍ୟ ନିଜର ଉଦ୍‌ବେଗ ପ୍ରକାଶ କରିଛି।

ଆମେରିକାର ବୈଦେଶିକ ବିଭାଗର ମୁଖ୍ୟ ଡେପୁଟି ମୁଖପାତ୍ର ବେଦାନ୍ତ ପଟେଲ କହିଛନ୍ତି ଯେ, କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଅଭିଯୋଗକୁ ନେଇ ଆମେ ବହୁତ ଚିନ୍ତିତ। ସୂଚନାଯୋଗ୍ୟ, ଏହି ପ୍ରସଙ୍ଗରେ ଜାତୀୟ ସୁରକ୍ଷା ପରିଷଦର ରଣନୈତିକ ଯୋଗାଯୋଗର ସଂଯୋଜକ ଜନ କିର୍ବି ମଧ୍ୟ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ କଥା ହୋଇଛନ୍ତି।

ହ୍ବାଇଟ ହାଉସ କହିଛି, ଖାଲିସ୍ତାନ ସମର୍ଥକ ନେତାଙ୍କ ହତ୍ୟାରେ ଭାରତର ସମ୍ପୃକ୍ତି ନେଇ କାନାଡାର ଅଭିଯୋଗ ଗୁରୁତର ଏବଂ ଏହାର ସମ୍ପୂର୍ଣ୍ଣ ତଦନ୍ତ କରାଯିବା ଉଚିତ୍‌। ହ୍ବାଇଟ ହାଉସର ଜାତୀୟ ସୁରକ୍ଷା ପରିଷଦର ରଣନୈତିକ ଯୋଗାଯୋଗର ସଂଯୋଜକ ଜନ କିର୍ବି କହିଛନ୍ତି, କାନାଡା ଦେଇଥିବା ଦାବି ଉପରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକେ ସୁଲିଭାନ ଆଲୋଚନା କରିଛନ୍ତି। ଆମେ ସ୍ପଷ୍ଟ, ଏହି ଅଭିଯୋଗ ଗମ୍ଭୀର ଏବଂ ଏହାର ସମ୍ପୂର୍ଣ୍ଣ ଅନୁସନ୍ଧାନ କରାଯିବା ଉଚିତ୍‌। ଆମେ ଭାରତକୁ ତଦନ୍ତରେ ସକ୍ରିୟ ଅଂଶଗ୍ରହଣ କରିବାକୁ ଅନୁରୋଧ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri