ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ ପ୍ରଣାଳୀରେ ଏକ ମାଲବାହୀ ଜାହାଜ ଉପରେ ଡ୍ରୋନ ଆକ୍ରମଣର ଜବାବରେ ଏହି ଆକ୍ରମଣ କରାଯାଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଏହି ଆକ୍ରମଣ ଯୁଦ୍ଧବିରତିର ଉଲ୍ଲଂଘନ।

ପ୍ରତିଶୋଧମୂଳକ ଆକ୍ରମଣର କିଛି ସମୟ ପୂର୍ବରୁ, ଟ୍ରମ୍ପ ହ୍ବାଇଟ ହାଉସରେ କହିଥିଲେ, ଇରାନ ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ମୁଁ ଏହି ଘଟଣା ପସନ୍ଦ କରୁନାହିଁ। ସେମାନେ ଚାରୋଟି ଆକ୍ରମଣ କରିଛନ୍ତି।
ସୂଚନାଯୋଗ୍ୟ,ଓମାନ ନିକଟରେ ଏକ ଜାହାଜ ଉପରେ ଆକ୍ରମଣ ଘଟଣା ପରେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଜାହାଜ ଚଳାଚଳ ନିୟନ୍ତ୍ରଣ ଅଧିକାରକୁ ଇରାନ ଶୁକ୍ରବାର ପୁଣି ଦୋହରାଇଛି। ଆମେରିକାର ପକ୍ଷ ନେଉଥିବା ଉପସାଗରୀୟ ଦେଶଗୁଡ଼ିକୁ ତେହରାନ୍‌ ଚେତାବନୀ ଦେଇଛି। ବିଶ୍ୱର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଜାହାଜ ଚଳାଚଳ ନିୟନ୍ତ୍ରଣ ଓ ଟିକସ ଲଗାଇବାକୁ ନେଇ ଭୂରାଜନୈତିକ ବିବାଦ ବଢ଼ିଛି। ହର୍ମୁଜ୍‌ ଦେଇ ସୁରକ୍ଷିତ ଜାହାଜ ଚଳାଚଳ ଅସ୍ପଷ୍ଟ ବ୍ୟବସ୍ଥା ଓ ସମାନ୍ତରାଳ ମାର୍ଗରେ ସୁନିଶ୍ଚିତ ହୋଇପାରିବ ନାହିଁ। ଇରାନକୁ ନ ପଚାରି ଯଦି ଅନ୍ୟ କୌଣସି ଦେଶ ବା ସଂସ୍ଥା ଅଲଗା ମାର୍ଗ ତିଆରି କରେ, ତେବେ ସେହି ବାଟ ଦେଇ ଯାଉଥିବା ଜାହାଜଗୁଡ଼ିକର ସୁରକ୍ଷା ଦାୟିତ୍ୱ ଇରାନ ନେବ ନାହିଁ। ଇରାନ କେବଳ ନିଜ ଦ୍ୱାରା ନିର୍ଦ୍ଧାରିତ ମାର୍ଗକୁ ମାନ୍ୟତା ଦେବ ବୋଲି ଏହାର ବହିର୍ବ୍ୟାପାର ଉପମନ୍ତ୍ରୀ କାଜେମ୍‌ ଘରିବାବାଦି କହିଛନ୍ତି।
ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଥିଲା। ଜାହାଜ ଚଳାଚଳ ସ୍ବାଭାବିକ ହେବା ସହିତ ଗୁରୁବାର ସୁଦ୍ଧା ଦ୍ୱିଗୁଣିତ ହୋଇଛି। ଫେବୃଆରୀ ଶେଷ ଭାଗରେ ଇରାନ-ଆମେରିକା ସଂଘର୍ଷ ଆରମ୍ଭ ହେବା ପୂର୍ବରୁ ଏହି ପଥରେ ଦିନକୁ ଯେତିକି ସଂଖ୍ୟାରେ ଜାହାଜ ଚଳାଚଳ କରୁଥିଲା ଏବେ ତାହାର ପୁନରାବୃତ୍ତି ଘଟିଛି। ୧୫୦ରୁ ଅଧିକ ଜାହାଜ ଏହି ପ୍ରବେଶ ପଥ ବାହାରେ ଲଙ୍ଗର ପକାଇ ରହିଥିବା ବେଳେ ବହୁ ସଂଖ୍ୟକ ଜାହାଜ ସେଠାରୁ ପ୍ରସ୍ଥାନ କରୁଥିବା ଜାହାଜ ଟ୍ରାକିଂ ତଥ୍ୟରୁ ଜଣାପଡ଼ିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?