ଇସ୍ରାଏଲକୁ ସବୁପ୍ରକାର ସାହାଯ୍ୟ କରିବାକୁ ଆମେରିକା ପ୍ରତିବଦ୍ଧ: ଆମେରିକା ଉପ ରାଷ୍ଟ୍ରପତି କମଲା ହ୍ୟାରିସ

ଓ୍ବାଶିଂଟନ୍‌,୧୨।୧୦: ଇସ୍ରାଏଲ ଓ ଚରମପନ୍ଥୀ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଆମେରିକା ଖୋଲାଖୋଲି ଭାବେ ଇସ୍ରାଏଲକୁ ସମର୍ଥନ କରୁଛି। ଏହି ସମର୍ଥନକୁ ମଜବୁତ କରିବା ପାଇଁ ଆମେରିକା ଇସ୍ରାଏଲକୁ ସାମରିକ ସହାୟତା ଦେଇଛି। ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି, ଏହି ଯୁଦ୍ଧରେ ଆମେରିକା ଇସ୍ରାଏଲ ସହ ଛିଡା ହୋଇଛି। ବାଇଡେନ ମଧ୍ୟ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ସହ ଫୋନରେ କଥା ହୋଇଛନ୍ତି। ଇସ୍ରାଏଲକୁ ଦୃଢ ସମର୍ଥନ କରିଥିବାରୁ ନେତାନ୍ୟାହୁ ବାଇଡେନଙ୍କୁ ଧନ୍ୟବାଦ ଦେଇଛନ୍ତି। ନିରନ୍ତର ସମର୍ଥନ ପାଇଁ ନେତାନ୍ୟାହୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି।

 

ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ମଧ୍ୟ ଇସ୍ରାଏଲ-ପାଲେଷ୍ଟାଇନ ବିବାଦକୁ ନେଇ ଏକ ବିବୃତ୍ତିରେ କହିଛନ୍ତି, ଯାହା ଘଟିଛି ମୁଁ ସମ୍ପୂର୍ଣ୍ଣ ଭାବେ ନିରାଶ ହୋଇଛି। ଆମେ ଆତଙ୍କବାଦର ଚରମ କାର୍ଯ୍ୟର ସାକ୍ଷୀ ଅଟୁ ଯାହାକୁ ଆମେ ଦୃଢ

ଭାବରେ ନିନ୍ଦା କରିବା ଉଚିତ। ଆତଙ୍କବାଦକୁ ଆମେ ସର୍ବଦା ବିରୋଧ କରିଛୁ।

ସେ ଆହୁରି କହିଛନ୍ତି, ରାଷ୍ଟ୍ରପତି ବାଇଡେନ ଏବଂ ମୁଁ ଇସ୍ରାଏଲକୁ ସମର୍ଥନ କରୁଛୁ ଏବଂ ଇସ୍ରାଏଲ ନିଜକୁ ରକ୍ଷା କରିବା ପାଇଁ ଆବଶ୍ୟକ କରୁଥିବା ସମସ୍ତ ସାହାଯ୍ୟ ଯୋଗାଇଦେବା ପାଇଁ ଆମର ପ୍ରତିବଦ୍ଧତାକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିଛୁ। ଆମର ସର୍ବୋଚ୍ଚ ପ୍ରାଥମିକତା ହେଉଛି ଆମେରିକୀୟ ନାଗରିକଙ୍କ ସୁରକ୍ଷା ଏବଂ କଲ୍ୟାଣ। ଏହା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଯେ ଆମର ସହଯୋଗୀ, ଇସ୍ରାଏଲ ଓ କଂଗ୍ରେସ ସଦସ୍ୟଙ୍କ ସହ ନିରନ୍ତର ଯୋଗାଯୋଗରେ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri