ଭାରତରୁ ଚାଉଳ ରପ୍ତାନି ବନ୍ଦ ନେଇ ଅସୁବିଧାରେ ଆମେରିକା…

ନୂଆଦିଲ୍ଲୀ,୨୪।୭ : ନିକଟରେ ଚାଉଳ ରପ୍ତାନି ସମ୍ପର୍କରେ ଭାରତ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହା ଅନ୍ତର୍ଗତ କେନ୍ଦ୍ର ସରକାର ବାସୁମତି ଚାଉଳ ବ୍ୟତୀତ ସମସ୍ତ ପ୍ରକାର ଅରୁଆ ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆଗାମୀ ପାର୍ବଣ ଋତୁରେ ଘରୋଇ ଚାହିଦା ବୃଦ୍ଧି ଏବଂ ଖୁଚୁରା ମୂଲ୍ୟ ଉପରେ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏହି ନିଷେଧାଦେଶର ମୁଖ୍ୟ ପ୍ରଭାବ ଆମେରିକାର ବଜାରରେ ଦେଖାଯାଉଛି ଏବଂ ଦୋକାନ ବଜାରରେ ଚାଉଳ କିଣିବାକୁ ଲୋକଙ୍କ ମଧ୍ୟରେ ତତ୍ପରତା ଦେଖାଦେଇଛି ।

ଗତ ସପ୍ତାହରେ ଖାଦ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଥିଲା ବାସୁମତି ଚାଉଳ ଏବଂ ସମସ୍ତ ପ୍ରକାର ଉସୁନା ଚାଉଳର ରପ୍ତାନି ନୀତିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥାତ କେବଳ ଅଣ-ବାସୁମତି ଅରୁଆ ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଯାଇଛି। ଯଦିଓ ବାସୁମତି ଚାଉଳ ଭାରତରୁ ବହୁ ପରିମାଣରେ ରପ୍ତାନି ହୋଇଥାଏ। ଘରୋଇ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ଅଣ-ବାସୁମତି ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ପରେ ଆମେରିକାରେ ଚାଉଳ କିଣିବା ପାଇଁ ଗହଳି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଚାଉଳ ରପ୍ତାନି ଉପରେ ଭାରତର ନିଷେଧାଦେଶର ପ୍ରଭାବ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କ୍ରୟର ଭିଡିଓ ଏବଂ ଚିତ୍ରରୁ ଜାଣିହେଉଛି। ସ୍ଥାନୀୟ ଲୋକମାନେ ସେଠାରେ ଥିବା ଷ୍ଟୋର୍ଗୁଡ଼ିକର ଭିଡିଓ ଟୁଇଟରରେ ଶେୟାର କରୁଛନ୍ତି। ଏହା ସହ ଜଡିତ ରିପୋର୍ଟରେ କୁହାଯାଇଛି ଛୁଟି ନେଇ ଲୋକମାନେ ଚାଉଳ କିଣିବାକୁ ଧାଡି ବାନ୍ଧୁଛନ୍ତି। ପ୍ରତ୍ୟେକ ବ୍ୟକ୍ତି ଦୋକାନନରୁ ୧୦-୧୦ପ୍ୟାକେଟ ଚାଉଳ କିଣୁଥିବାର ଦେଖାଯାଉଛି। ଆମେରିକାରେ ୯ କିଲୋଗ୍ରାମ ଚାଉଳର ଏକ ପ୍ୟାକେଟ ଦାମ ୨୭ ଡଲାର (୨୨୧୫ ଟଙ୍କା) ରେ ବିକ୍ରି ହେଉଛି। ଉଲ୍ଲେଖନୀୟ କଥା ହେଉଛି, ମୂଳ ଭାରତୀୟ ଲୋକେ ଆମେରିକାରେ ବହୁ ସଂଖ୍ୟାରେ ବାସ କରନ୍ତି ଏବଂ ଚାଉଳ ସେମାନଙ୍କର ଦୈନନ୍ଦିନ ଖାଦ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri