ଭାରତରୁ ଚାଉଳ ରପ୍ତାନି ବନ୍ଦ ନେଇ ଅସୁବିଧାରେ ଆମେରିକା…

ନୂଆଦିଲ୍ଲୀ,୨୪।୭ : ନିକଟରେ ଚାଉଳ ରପ୍ତାନି ସମ୍ପର୍କରେ ଭାରତ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହା ଅନ୍ତର୍ଗତ କେନ୍ଦ୍ର ସରକାର ବାସୁମତି ଚାଉଳ ବ୍ୟତୀତ ସମସ୍ତ ପ୍ରକାର ଅରୁଆ ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆଗାମୀ ପାର୍ବଣ ଋତୁରେ ଘରୋଇ ଚାହିଦା ବୃଦ୍ଧି ଏବଂ ଖୁଚୁରା ମୂଲ୍ୟ ଉପରେ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏହି ନିଷେଧାଦେଶର ମୁଖ୍ୟ ପ୍ରଭାବ ଆମେରିକାର ବଜାରରେ ଦେଖାଯାଉଛି ଏବଂ ଦୋକାନ ବଜାରରେ ଚାଉଳ କିଣିବାକୁ ଲୋକଙ୍କ ମଧ୍ୟରେ ତତ୍ପରତା ଦେଖାଦେଇଛି ।

ଗତ ସପ୍ତାହରେ ଖାଦ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଥିଲା ବାସୁମତି ଚାଉଳ ଏବଂ ସମସ୍ତ ପ୍ରକାର ଉସୁନା ଚାଉଳର ରପ୍ତାନି ନୀତିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥାତ କେବଳ ଅଣ-ବାସୁମତି ଅରୁଆ ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଯାଇଛି। ଯଦିଓ ବାସୁମତି ଚାଉଳ ଭାରତରୁ ବହୁ ପରିମାଣରେ ରପ୍ତାନି ହୋଇଥାଏ। ଘରୋଇ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ଅଣ-ବାସୁମତି ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ପରେ ଆମେରିକାରେ ଚାଉଳ କିଣିବା ପାଇଁ ଗହଳି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଚାଉଳ ରପ୍ତାନି ଉପରେ ଭାରତର ନିଷେଧାଦେଶର ପ୍ରଭାବ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କ୍ରୟର ଭିଡିଓ ଏବଂ ଚିତ୍ରରୁ ଜାଣିହେଉଛି। ସ୍ଥାନୀୟ ଲୋକମାନେ ସେଠାରେ ଥିବା ଷ୍ଟୋର୍ଗୁଡ଼ିକର ଭିଡିଓ ଟୁଇଟରରେ ଶେୟାର କରୁଛନ୍ତି। ଏହା ସହ ଜଡିତ ରିପୋର୍ଟରେ କୁହାଯାଇଛି ଛୁଟି ନେଇ ଲୋକମାନେ ଚାଉଳ କିଣିବାକୁ ଧାଡି ବାନ୍ଧୁଛନ୍ତି। ପ୍ରତ୍ୟେକ ବ୍ୟକ୍ତି ଦୋକାନନରୁ ୧୦-୧୦ପ୍ୟାକେଟ ଚାଉଳ କିଣୁଥିବାର ଦେଖାଯାଉଛି। ଆମେରିକାରେ ୯ କିଲୋଗ୍ରାମ ଚାଉଳର ଏକ ପ୍ୟାକେଟ ଦାମ ୨୭ ଡଲାର (୨୨୧୫ ଟଙ୍କା) ରେ ବିକ୍ରି ହେଉଛି। ଉଲ୍ଲେଖନୀୟ କଥା ହେଉଛି, ମୂଳ ଭାରତୀୟ ଲୋକେ ଆମେରିକାରେ ବହୁ ସଂଖ୍ୟାରେ ବାସ କରନ୍ତି ଏବଂ ଚାଉଳ ସେମାନଙ୍କର ଦୈନନ୍ଦିନ ଖାଦ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ।


Enter your email to get our daily news in your inbox.

All Right Reserved By Dharitri.Com

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri