ଭାରତକୁ ବଡ଼ ଅଫର୍‌ ଦେଲା ଆମେରିକା: ଟ୍ରମ୍ପ କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୧୫।୫: ନିକଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଦାବି କରିଥିଲେ। ଟ୍ରମ୍ପ ଏବେ ଆଉ ଏକ ଦାବି କରିଛନ୍ତି। ସେ କହିଛନ୍ତି, ଭାରତ ଆମେରିକାକୁ ଏକ ଜିରୋ ଟାରିଫ୍‌ ଟ୍ରେଡ୍‌ ଡିଲ୍‌ ପ୍ରଦାନ କରିଛି। ଆମେରିକା ଭାରତ ଉପରେ ୨୬ ପ୍ରତିଶତ ଟାରିଫ୍‌ ଲାଗୁ କରିଥିଲା। ଏହା ପରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏବେ ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି।

ଟ୍ରମ୍ପ କହିଛନ୍ତି, ଭାରତ ଆମେରିକାକୁ ଜିରୋ ଟାରିଫ୍‌ ଟ୍ରେଡ୍‌ ଡିଲ୍‌ ପ୍ରସ୍ତାବ ଦେଇଛି। ଭାରତରେ କିଛି ବିକ୍ରୟ କରିବା ବହୁତ କଷ୍ଟକର, କିନ୍ତୁ ସେମାନେ ୱାଶିଂଟନ ସହିତ ଜିରୋ ଟାରିଫ୍‌ ଟ୍ରେଡ୍‌ ଡିଲ୍‌ କରିବାକୁ ପ୍ରସ୍ତୁତ। ଡୋନାଲ୍ଡ ଟ୍ରମ୍ପ ଏପ୍ରିଲ ୯ରେ ଲିବରେଶନ ଡେ’ ଅବସରରେ ଭାରତ ସମେତ ଅନେକ ଦେଶ ଉପରେ ଟାରିଫ୍‌ ଘୋଷଣା କରିଥିଲେ। ଏହାର ଜବାବରେ, ଭାରତ ଏକ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଆମେରିକା ସହିତ ଆଲୋଚନାକୁ ତୀବ୍ର କରିଥିଲା।

ଭାରତର ଅପରେଶନ ସିନ୍ଦୂର ପରେ, ପାକିସ୍ତାନ ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଥିଲା। ସେ ଡ୍ରୋନ ଏବଂ ମିଶାଇଲ୍‌ ସାହାଯ୍ୟରେ ଅନେକ ସହର ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ। ଭାରତ ପ୍ରତିଶୋଧ ନେଇ ପାକିସ୍ତାନକୁ ପ୍ରବଳ କ୍ଷତି ପହଞ୍ଚାଇଲା। ଭାରତ ମଧ୍ୟ ଡ୍ରୋନ ସାହାଯ୍ୟରେ ପ୍ରତିଶୋଧ ନେଇଥିଲା। ଟ୍ରମ୍ପ ଭାରତ ଏବଂ ପାକିସ୍ତାନ ସହିତ ଆଲୋଚନା କରିଥିଲେ। ଭାରତ-ପାକିସ୍ତାନ ଯୁଦ୍ଧବିରତି ସମ୍ପର୍କରେ ଆଲୋଚନାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ବୋଲି ଟ୍ରମ୍ପ ବିଶ୍ୱ ସମ୍ମୁଖରେ ଦାବି କରିଥିଲେ।

ଆମେରିକା ଚାଇନା ଉପରେ ୧୪୫ ପ୍ରତିଶତ ଟାରିଫ୍‌ ଲାଗୁ କରିଛି। ଭିଏତନାମ ଉପରେ ୪୬ ପ୍ରତିଶତ ଟାରିଫ୍‌ ଲାଗୁ କରାଯାଇଛି। ଟ୍ରମ୍ପ ସରକାର ବର୍ତ୍ତମାନ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ଉପରେ କେବଳ ୧୦ ପ୍ରତିଶତ ଟାରିଫ୍‌ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri