ବିଲ୍‌ ଗେଟ୍ସଙ୍କୁ ପୁଣି କରୋନା

ଓ୍ବାଶିଂଟନ୍‌,୧୧।୫: ମାଇକ୍ରୋସଫ୍ଟର କୋ-ଫାଉଣ୍ଟର ତଥା ବିଶ୍ୱର ସବୁଠାରୁ ଧନଶାଳୀ ବ୍ୟକ୍ତି ବିଲ ଗେଟ୍ସ ପୁଣି ଥରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ବୁଧବାର ଏନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ହେବା ପରେ ବିଲ୍‌ ଗେଟ୍ସ ନିଜକୁ ଆଇସୋଲେଟ କରି ନେଇଛନ୍ତି। ସୂଚନାଯୋଗ୍ୟ, କିଛି ଦିନରୁ ତାଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯିବାରୁ ବିଲ୍‌ ଗେଟ୍ସ ନିଜର ଯାଞ୍ଚ କରାଇଥିଲେ। ତେବେ ବୁଧବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ରିପୋର୍ଟ ଆସିବା ପରେ ସେ ଆଇସୋଲେଶନ୍‌ରେ ଅଛନ୍ତି। ଯେପର୍ଯ୍ୟନ୍ତ ସୁସ୍ଥ ନ ହୋଇଛନ୍ତି ସେପର୍ଯ୍ୟନ୍ତ ସେ ଆଇସୋଲେସନରେ ରହିବେ ଏବଂ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ସମସ୍ତ ନିୟମ ପାଳନ କରୁଛନ୍ତି ବୋଲି ବିଲ୍‌ ଗେଟ୍ସ କହିଛନ୍ତି। ସୂଚନାଯୋଗ୍ୟ, ବିଲ୍‌ ଗେଟ୍ସ ପୂର୍ବରୁ କରୋନାର ଟିକା ନେଇ ସାରିଥିବା ବେଳେ ନିକଟରେ ସେ ବୁଷ୍ଟର ଡୋଜ ମଧ୍ୟ ନେଇସାରିଛନ୍ତି। ଏହା ସତ୍ତ୍ୱେ ବି ସେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅନ୍ୟପଟେ ଆଉ ଏକ ଟୁଇଟରେ ସେ କହିଛନ୍ତି, ଗତ ୨ବର୍ଷ ପରେ ପ୍ରଥମ ଥର ବୁଧବାର ଗେଟ୍ସ ଫାଉଣ୍ଡେସନ୍‌ର ଟିମ୍‌ ଏକାଠି ହେବାକୁ ଯାଉଛନ୍ତି। ମୁଁ ଭାଗ୍ୟଶାଳୀ ଯେ, ସମସ୍ତଙ୍କୁ ଦେଖିବାର ସୋଭାଗ୍ୟ ଅର୍ଜନ କରିବା ସହ କଠିନ ପରିଶ୍ରମ ପାଇଁ ସେମାନଙ୍କୁ ଧନ୍ୟବାଦ ଜଣାଇବାକୁ ମୋତେ ସୁଯୋଗ ମିଳିଛି। ଆମେ ସହଭାଗୀଦାରିଙ୍କ ସହ ମିଶି କାର୍ଯ୍ୟ ଜାରି ରଖିବା ସହ କରୋନା ମହାମାରୀ ଯୁଦ୍ଧକୁ ହରାଇବୁ ବୋଲି ବିଲ୍‌ ଗେଟ୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri