ଟ୍ରମ୍ପଙ୍କ ଉପରୁ ଟଳୁନି ବିପଦ, ପୁଣି ଜଣକୁ ଗୁଳି ମାରିଲା ପୋଲିସ୍‌

ୱାଶିଂଟନ,୧୭ା୭: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବିପଦ ବଢ଼ିବାରେ ଲାଗିଛି । ନିକଟରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ବେଳେ ରିପବ୍ଲିକାନ ନ୍ୟାଶନାଲ କନଭେନସନ (ଆରଏନ୍ସି) ପାଖାପାଖି ଛୁରୀ ଧରି ବୁଲୁଥିବା ଜଣେ ଯୁବକକୁ ପୋଲିସ ଗୁଳି କରିଛି । ଅନ୍ୟ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ସୋମବାର ଏକେ ୪୭ ବନ୍ଧୁକ ସହ ଗିରଫ କରାଯାଇଥିବା ଜଣାପଡ଼ିଛି ।

ୱିସ୍କୋସିନ୍‌ରେ ଥିବା ଆରଏନ୍ସିଠାରୁ କିଛି ଦୂରରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗୁଳି କରିଥିଲା । ପରେ ବ୍ୟକ୍ତିଙ୍କ ନିକଟରୁ ଦୁଇଟି ଛୁରୀ ଉଦ୍ଧାର କରିଥିଲା। ମିଲୱାକ ମୁଖ୍ୟ ଜେଫ୍ରି ନରମାନ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ କଲମ୍ବସ, ଓହିଓ ପୋଲିସ ବିଭାଗର ପାଞ୍ଚଜଣ ଅଧିକାରୀ ଦୁଇ ହାତରେ ଛୁରୀ ଧରିଥିବା ଏହି ବ୍ୟକ୍ତିଙ୍କ ଉପରକୁ ଗୁଳି ଚଳାଇଥିଲେ । ଉକ୍ତ ବ୍ୟକ୍ତି ଜଣକ ପୋଲିସର ନିର୍ଦ୍ଦେଶ ପାଳନ କରିବାକୁ ମନା କରିଦେଇଥିଲା ଏବଂ ପୋଲିସ ଗୁଳି ଚଳାଇବା ପୂର୍ବରୁ ଜଣେ ସାଧାରଣ ବ୍ୟକ୍ତିଙ୍କୁ ଆକ୍ରମଣ କରିଥିଲା।

ସୂଚନା ଥାଉକି, ଗତ ୧୪ ତାରିଖରେ ପେନ୍ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ । ଏହି ସମୟରେ ତାଙ୍କର ଡାହାଣ କାନରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଥିଲା । ହେଲେ ସେ ବିପଦ ମୁକ୍ତ ରହିଥିଲେ । ଅନ୍ୟପଟେ ଏହି ଗୁଳିମାଡ଼ରେ ଅଭିଯୁକ୍ତର ମୃତ୍ୟୁ ହୋଇଥିଲା । ଆମେରିକାରେ ନଭେମ଼୍ବର ମାସରେ ରାଷ୍ଟ୍ରପତି ର୍ନିବାଚନ ହେବାକୁ ଯାଉଛି । ଏହି ସମୟରେ ପୂର୍ବତନ ରାଷ୍ଟ୍ରପତିଙ୍କ ଉପରକୁ ଗୁଳିମାଡ଼ ସହ ତାଙ୍କ ଉପରକୁ ଥରକୁ ଥର ଆସୁଥିବା ବିପଦ ଆମେରିକା ନାଗରିକଙ୍କ ଚିନ୍ତା ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri