ରାଷ୍ଟ୍ରପତି ପ୍ରାର୍ଥୀ ଦୌଡରେ ଡୋନାଲ୍ଡ ଟ୍ରମ୍ପ ପ୍ରଥମ ସ୍ଥାନରେ, ଦ୍ୱିତୀୟରେ ବିବେକ ରାମସ୍ବାମୀ

ଓ୍ବାଶିଂଟନ୍‌,୨୧।୯: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଦୌଡରେ ଭାରତୀୟ ବଂଶୋଭବ ବିବେକ ରାମସ୍ବାମୀ ବର୍ତ୍ତମାନ ଦ୍ୱିତୀୟ ସ୍ଥାନରେ ଥିବାବେଳେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ସ୍ଥାନରେ ଅଛନ୍ତି। ସିଏନଏନ ସର୍ଭେ ଅନୁଯାୟୀ, ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଫ୍ଲୋରିଡା ଗଭର୍ନର ରୋନ ଡିସାଣ୍ଟିସ ବିବେକ ରାମସ୍ବାମୀଙ୍କ ପଛରେ ଅଛନ୍ତି।

ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଦେଶର ପ୍ରଥମ ଜିଓପି ପ୍ରାଥମିକ ସ୍ତରରେ ୩୯ ପ୍ରତିଶତ ସହିତ ପ୍ରଥମ ପସନ୍ଦ ହୋଇପାରିଛନ୍ତି। ଏହା ଜାତୀୟ ସ୍ତରରେ ତାଙ୍କ ପ୍ରଦର୍ଶନଠାରୁ ଟିକେ ପଛରେ, ଯେଉଁଠାରେ ରିପବ୍ଲିକାନ ପ୍ରାଥମିକ ଭୋଟରେ ନିୟମିତ ଭାବରେ ଟ୍ରମ୍ପଙ୍କୁ ବହୁମତରେ ସମର୍ଥନ ମିଳେ। ସେହିପରି ରାମସ୍ବାମୀ ୧୩ ପ୍ରତିଶତ ସମର୍ଥନ ସହିତ ସେ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ୧୨ ପ୍ରତିଶତ ସମର୍ଥନ ସହିତ ନିକ୍କି ହେଲି ଏବଂ ୧୧ ପ୍ରତିଶତ ସମର୍ଥନ ସହିତ ନ୍ୟୁ ଜର୍ସିର ପୂର୍ବତନ ଗଭର୍ନର କ୍ରିସ କ୍ରିଷ୍ଟି ଅଛନ୍ତି। ସର୍ଭେରେ କୁହାଯାଇଛି ଯେ ରୋନ ଡିସାଣ୍ଟିସଙ୍କ ଲୋକପ୍ରିୟତା ହ୍ରାସ ନରମପନ୍ଥୀ ମାନଙ୍କଙ୍କ ମଧ୍ୟରେ ତୀବ୍ର ହ୍ରାସ ହେତୁ ହୋଇଛି। ଯାହା ଜୁଲାଇରେ ୨୬%ରୁ ବର୍ତ୍ତମାନ ୬% କୁ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri