ଆମେରିକା ନେଲା ବଡ଼ ନିଷ୍ପତ୍ତି: ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୨୮।୮: ଆଜିକାଲି ଆମେରିକା ଏବଂ ରୁଷିଆ ମଧ୍ୟରେ ସମ୍ପର୍କ ଭଲ ଚାଲି ନାହିଁ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଭାରତ ଉପରେ ରାଗିଛନ୍ତି, କିନ୍ତୁ ଏହି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ଆମେରିକା ରୁଷିଆ ଉପରେ ଲାଗୁ ହୋଇଥିବା କିଛି ପ୍ରତିବନ୍ଧକରେ ଛାଡ ଦେଇଛି। ରୁଷିଆ ଉପରେ ତାଙ୍କର ପ୍ରତିବନ୍ଧକ ସତ୍ତ୍ୱେ, ଟ୍ରମ୍ପ କିଛି ସ୍ବତନ୍ତ୍ର ହୀରା ଆମଦାନୀ ପାଇଁ ଅନୁମତି ଦେଇଛନ୍ତି। ଆମେରିକା ସେପ୍ଟେମ୍ବର ୧, ୨୦୨୬ ପର୍ଯ୍ୟନ୍ତ ଛାଡ ଦେଇଛି। ବୈଦେଶିକ ସମ୍ପତ୍ତି ନିୟନ୍ତ୍ରଣ କାର୍ଯ୍ୟାଳୟ (OFAC) ଏକ ସୂଚନା ଶେୟାର କରିଛି, ଯାହା ଅନୁଯାୟୀ ୧ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ହୀରା ଆମଦାନୀ କରାଯାଇପାରିବ, କିନ୍ତୁ ଏଥିପାଇଁ କିଛି ସର୍ତ୍ତ ମଧ୍ୟ ରଖାଯାଇଛି।

ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଇଛନ୍ତି। ଭାରତ କାହିଁକି ରୁଷିଆରୁ ତେଲ କିଣୁଛି ତାହା ନେଇ ସେମାନଙ୍କର ସମସ୍ୟା ଅଛି। ଚାଇନା ମଧ୍ୟ ରୁଷିଆଠାରୁ ତେଲ କିଣୁଛି ଏବଂ ଏବେ ହୀରା ଉପରେ ରିହାତି ଦେଇଛି। ଟ୍ରମ୍ପ ଅଭିଯୋଗ କରିଥିଲେ, ଭାରତ ରୁଷିଆଠାରୁ ତେଲ କିଣି ୟୁକ୍ରେନ ଯୁଦ୍ଧକୁ ପାଣ୍ଠି ଯୋଗାଇ ଦେଉଛି। ଏବେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କ ମଧ୍ୟ ଉତ୍ଥାନ-ପତନର ସମୟ ଦେଇ ଗତି କରୁଛି।

ଟ୍ରମ୍ଫଙ୍କ ଟାରିଫ୍‌ ଯୋଗୁ ଆମେରିକା ମଧ୍ୟ ଭାରୀ କ୍ଷତି ସହିପାରେ। ଭାରତ ଏବଂ ଅନ୍ୟାନ୍ୟ ଦେଶଗୁଡ଼ିକ ଉପରେ ଲାଗୁ ହୋଇଥିବା ଟାରିଫ୍‌ ଯୋଗୁ ମୁଦ୍ରାସ୍ଫୀତି ବୃଦ୍ଧି ପାଇପାରେ, ଯାହା ଫଳରେ ଆମେରିକାର ଅର୍ଥନୀତି ୦.୪-୦.୫ ପ୍ରତିଶତ ହ୍ରାସ ପାଇପାରେ। ଭାରତ ଉପରେ ଆମେରିକା ଦ୍ୱାରା ଲାଗୁ କରାଯାଇଥିବା ୨୫ ପ୍ରତିଶତ ଅତିରିକ୍ତ ଟାରିଫ୍‌ ବୁଧବାରଠାରୁ କାର୍ଯ୍ୟକାରୀ ହୋଇଛି। ଏହା ସହିତ, ଭାରତୀୟ ରପ୍ତାନି ଉପରେ ଆମେରିକାର ଟାରିଫ୍‌ ୫୦ ପ୍ରତିଶତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri