Posted inଜାତୀୟ

ମାଲାବାର ନୌସେନା ଅଭ୍ୟାସ: ବିକ୍ରମାଦିତ୍ୟ ସହ ଦେଖାଦେବ ଆମେରିକାର ସବୁଠାରୁ ଶକ୍ତିଶାଳୀ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୭ ।୧୧: ପୂର୍ବ ଲଦ୍ଦାଖରେ ଭାରତ-ଚାଇନା ସୀମା ବିବାଦ ମଧ୍ୟରେ ଭାରତ, ଆମେରିକା, ଜାପାନ, ଓ ଅଷ୍ଟ୍ରେଲିଆ ମଧ୍ୟରେ ମାଲାବାର ନୌସେନା ଅଭ୍ୟାସର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି । ଏହି ଯୁଦ୍ଧାଭ୍ୟାସରେ ଆମେରିକାର ସବୁଠାରୁ ଶକ୍ତିଶାଳୀ ବିମାନବାହକ ଯୁଦ୍ଧ ଜାହାଜ ନିମିତ୍‌ଜ ଓ ଭାରତୀୟ ନୌସେନାର ସବୁଠାରୁ ଶକ୍ତିଶାଳୀ ଯୁଦ୍ଧ ଜାହାଜ ବିକ୍ରମାଦିତ୍ୟକୁ ଦେଖିବାକୁ ମିଳିବ । ଏହାସହ ଅଷ୍ଟ୍ରେଲିଆ ଓ ଜାପାନ ନୌସେନାର ୨ଟି ବିଧ୍ୱସଂକ ଜାହାଜ ବି ସାମିଲ ହେବେ । ଏହି ମାଲାବାର ନୌସେନା ଅଭ୍ୟାସ ବଙ୍ଗୋପସାଗର ଉପକୂଳ ବିଶାଖାପଟନମଠାରେ ଆରମ୍ଭ ହୋଇଛି । ବିକ୍ରମାଦିତ୍ୟରେ ମିଗ୍‌-୨୯ ଯୁଦ୍ଧ ବିମାନ ଥିବା ବେଳେ ନିମିତ୍‌ଜରେ ରହିଛି ଏଫ୍‌-୧୮ ଫାଇଟର ଜେଟ୍ । ଏହି ଯୁଦ୍ଧାଭ୍ୟାସ ଫଳରେ ସେନାଙ୍କୁ ଶତ୍ରୁ ସହ ଲଢିବାର କୌଶଳ ମିଳିବ । ଏଥିରେ ସମସ୍ତ ୪ ଦେଶର ନୌସେନାଙ୍କୁ ବିଶେଷ ପ୍ରଶିକ୍ଷଣ ଦିଆଯିବ । ମିଳିଥିବା ସୂଚନାରୁ ଜଣାପଡିଛି କି ଏହି ଅଭ୍ୟାସରେ ବିଦେଶର ପ୍ରାୟ ୭୦ ଯୁଦ୍ଧ ଜାହାଜ ସାମିଲ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri