ଜି-୨୦ବୈଠକରେ କାମ ବିଗାଡିବ ଚାଇନା: ଆମେରିକା

ଓ୍ବାଶିଂଟନ୍‌, ୬।୯: ଜି-୨୦ ଶିଖର ସମ୍ମିଳନୀ ପାଇଁ ଭାରତରେ ଆରମ୍ଭ ହୋଇଯାଇଛି ସଜବାଜ। ୩୦ଟି ଦେଶ ଏହି ଶିଖର ସମ୍ମିଳନୀରେ ଯୋଗ ଦେବେ। ତେବେ ସେପ୍ଟେମ୍ବର ୯ରେ ଆରମ୍ଭ ହେବାକୁ ଥିବା ଏହି ବୈଠକରେ ଚାଇନା ଓ ଋଷିଆ ରାଷ୍ଟ୍ରପତି ଯୋଗ ଦେବେ ନାହିଁ ବୋଲି ଦେଶର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏନେଇ ହ୍ବାଇଟ ହାଉସର ଅଧିକାରୀ ଜେକେ ସଲିଭାନ ବୁଧବାର କହିଛନ୍ତି, ଜି-୨୦ ଶିଖର ସମ୍ମିଳନୀରେ ଚାଇନା ରାଷ୍ଟ୍ରପତି ଭାରତକୁ ଆସିଥିଲେ କାମ ବିଗାଡି ଥା’ନ୍ତେ।
ଜି -୨୦ ଶିଖର ସମ୍ମିଳନୀକୁ ପ୍ରଭାବିତ କରୁଥିବା ଭାରତ ଏବଂ ଚୀନ ମଧ୍ୟରେ ଥିବା ତିକ୍ତତାକୁ ନେଇ ଏକ ପ୍ରଶ୍ନର ଉତ୍ତରରେ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ସଲିଭାନ କହିଛନ୍ତି, ବୈଠକରେ ଚାଇନାକୁ ଭୂ-ରାଜନୈତିକ ପ୍ରଶ୍ନ ପଚାରିବାକୁ ବିରତି କରିବୁ। ଗଠନମୂଳକ ଭୂମିକା ଗ୍ରହଣ କରିବାକୁ ପ୍ରୋତ୍ସାହିତ କରିବୁ।

ସଲିଭାନ ଆହୁରି କହିଛନ୍ତି, “ଭାରତ ଏବଂ ଚାଇନା ମଧ୍ୟରେ ଥିବା ତିକ୍ତତା ଶିଖର ସମ୍ମିଳନୀ ଉପରେ କେତେ ପ୍ରଭାବ ପକାଇବ, ତାହା ଚାଇନା ଚୀନ ଉପରେ ନିର୍ଭର କରେ। ଚାଇନା ବୈଠକରେ ଆସି ଯଦି କାମ ବିଗାଡିବା ପାଇଁ ଚାହିଁବ ତେବେ ନିଶ୍ଚିତ ଭାବରେ ସେହି ବିକଳ୍ପ ସେମାନଙ୍କ ପାଇଁ ଉପଲବ୍ଧ। ଆମେରିକା ସମେତ ଅନ୍ୟ ସଦସ୍ୟ ଦେଶକୁ ଜଳବାୟୁ, ବହୁପକ୍ଷୀୟ ବିକାଶ, ବ୍ୟାଙ୍କ ସଂସ୍କାର ଉପରେ ଗଠନମୂଳକ ବିଷୟବସ୍ତୁ ଉପରେ ଆଲୋଚନା କରିବାକୁ ପ୍ରୋତ୍ସାହିତ କରିବୁ।”


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri