ବିନା ସର୍ତ୍ତରେ ଉତ୍ତର କୋରିଆ ସହ କଥା ହେବାକୁ ଆମେରିକା ପ୍ରସ୍ତୁତ

ଓ୍ବାଶିଂଟନ,୨୪ା୧୦: ଉତ୍ତର କୋରିଆ ପାଇଁ ଆମେରିକାର ସ୍ବତନ୍ତ୍ର ପ୍ରତିନିଧି ସୁଙ୍ଗ କିମ୍‌ କହିଛନ୍ତି, ପୂର୍ବ ନିର୍ଦ୍ଧାରିତ ସର୍ତ୍ତ ବିନା ଆମେରିକା ଉତ୍ତର କୋରିଆ ସହ ଆଲୋଚନା କରିବାକୁ ପ୍ରସ୍ତୁତ। ଦକ୍ଷିଣ କୋରିଆର କୋରିଆ ଉପଦ୍ୱୀପର ଶାନ୍ତି ଏବଂ ନିରାପତ୍ତା ପାଇଁ ନିଯୁକ୍ତ ସ୍ବତନ୍ତ୍ର ପ୍ରତିନିଧି ନା କ୍ୟୁ ଡୁଙ୍କ ସହ ସିଓଲରେ ଆଲୋଚନା ବେଳେ ସେ ଏହା କହିଛନ୍ତି। ଏହି ଅବସରରେ ଯୋଗ ଦେଇ ସୁଙ୍ଗ୍‌ କହିଛନ୍ତି, ସେ ବିଭିନ୍ନ ବିକଳ୍ପ ଏବଂ ପଦକ୍ଷେପ ଉପରେ ନୁଙ୍କ ସହ କାମ ଜାରି ରଖିବେ।

ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ବେଳେ ସୁଙ୍ଗ୍‌ କହିଛନ୍ତି, ଉତ୍ତର କୋରିଆରେ ବିଶ୍ୱର କରୋନା ମହାମାରୀରୁ ସୃଷ୍ଟି ହେଉଥିବା ମାନବିକ ସଙ୍କଟ ଉପରେ ଆମେରିକା ଗଭୀର ଚିନ୍ତିତ। ଏଥିପାଇଁ ସେ ମାନବିକତା ଭିତ୍ତିରେ ସାହାଯ୍ୟ କରିବାକୁ ମଧ୍ୟ ପ୍ରସ୍ତୁତ ଅଛନ୍ତି। ସେ କହିଛନ୍ତି ଯେ ଏଥିପାଇଁ ଆମେରିକା ଉତ୍ତର କୋରିଆ ସହିତ ସର୍ତ୍ତମୂଳକ ଆଲୋଚନା ପାଇଁ ମଧ୍ୟ ପ୍ରସ୍ତୁତ। ସେ ଏହା ମଧ୍ୟ କହିଛନ୍ତି, ଯେ ଆମେରିକା ସ୍ପଷ୍ଟ ଭାବରେ କହିବାକୁ ଚାହୁଁଛି ଯେ ଏହି ପ୍ରସଙ୍ଗରେ ଆଗକୁ ବଢ଼ିବାରେ ଆମେରିକାର କୌଣସି ଅସୁବିଧା ନାହିଁ। ଏହି ପ୍ରସଙ୍ଗରେ ତାଙ୍କୁ ଉତ୍ତର କୋରିଆରୁ ଏକ ସକାରାତ୍ମକ ସଙ୍କେତ ମିଳିବ ବୋଲି ସେ ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ଏଲନ ମସ୍କଙ୍କୁ ଜୋରଦାର ଝଟକା: ରୋକିଲା ଭାରତ

ଓ୍ବାଶିଂଟନ୍‌,୧୦।୬: ଏଲନ ମସ୍କଙ୍କୁ ଏକ ବଡ଼ ଝଟକା ଲାଗିଛି। ଭାରତ ସରକାର ଷ୍ଟାରଲିଙ୍କ ସେବା ଆରମ୍ଭ ପାଇଁ ଅନୁମୋଦନକୁ ବନ୍ଦ କରିଦେଇଛନ୍ତି। ଏହାର ଅର୍ଥ ହେଉଛି ଷ୍ଟାରଲିଙ୍କ…

ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…

କୋଲକାତା,୧୦ା୬: ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ’ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ…

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri