ଆକ୍ରମଣର ପ୍ରତିଶୋଧ ନେବ ଆମେରିକା

ଓ୍ବାଶିଂଟନ,୨।୨: ଇସ୍ରାଏଲ୍‌-ହମାସ ଯୁଦ୍ଧ ଏବେ ଦୁଇ ଦେଶ ଭିତରେ ସୀମିତ ହୋଇ ରହିନାହିଁ। ଉଭୟ ପକ୍ଷର ଲଢ଼େଇ ଯୋଗୁ ମଧ୍ୟପ୍ରାଚ୍ୟ ଓ ଆମେରିକା ସମେତ ୟୁରୋପରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇରାନ ସମର୍ଥତ୍ତ ହୁଟି ବିଦ୍ରୋହୀମାନେ ଲଗାତର ଭାବେ ଲୋହିତ ସାଗରରେ ବିଦେଶୀ ଜାହାଜଗୁଡ଼ିକୁ ଟାର୍ଗେଟ କରୁଥିବା ବେଳେ ସେମାନଙ୍କୁ ନିପାତ କରିବା ପାଇଁ ଆମେରିକା ପଣ କରିଛି। ଆମେରିକା ପ୍ରତିରକ୍ଷା ସଚିବ ଲୟଡ୍‌ ଅଷ୍ଟିନ୍‌ କହିଛନ୍ତି, ମଧ୍ୟପ୍ରାଚ୍ୟରେ ଜାହାଜଗୁଡ଼ିକ ଉପରେ ଡ୍ରୋନ୍‌ ଆକ୍ରମଣ କରୁଥିବା ହୁଟି ବିଦ୍ରୋହୀମାନେ ଜୋର୍ଡାନ ସୀମାରେ ୩ ଆମେରିକୀୟ ସୈନ୍ୟଙ୍କୁ ହତ୍ୟା କରିଥିଲେ। ସେମାନଙ୍କୁ ନିପାତ କରିବା ସମୟ ବର୍ତ୍ତମାନ ଆସିଛି।

ପ୍ରକାଶ ଯେ, ଗତ ରବିବାର ସିରିଆ ସୀମାବର୍ତ୍ତୀ ଜୋର୍ଡାନରେ ଥିବା ଆମେରିକୀୟ ସାମରିକ ଘାଟି ଉପରେ ଡ୍ରୋନ୍‌ ଆକ୍ରମଣ ହେବାରୁ ୩ ସୈନ୍ୟ ନିହତ ହେବା ସହ ୩୪ ଆହତ ହୋଇଥିଲେ। ସିରିଆ ଏବଂ ଇରାକ୍‌ରେ ସକ୍ରିୟ ଥିବା ଇରାନ ସମର୍ଥତ୍ତ ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଥିଲେ। ଗାଜାରେ ହମାସ ଆତଙ୍କବାଦୀଙ୍କ ବିରୋଧରେ ଇସ୍ରାଏଲ୍‌ ଯୁଦ୍ଧ ଚଳାଇଥିବା ବେଳେ ମଧ୍ୟପ୍ରାଚ୍ୟରେ ପ୍ରଥମ ଥର ପାଇଁ ଆମେରିକା ସୈନ୍ୟ ନିହତ ହୋଇଥିଲେ। ଆମେରିକା ସେନା ଜୋର୍ଡାନକୁ ଏହାର ବେସିଂ ପଏଣ୍ଟ ଭାବେ ବ୍ୟବହାର କରିଆସୁଛି। ସେଠାରେ ପ୍ରାୟ ୩,୦୦୦ ଆମେରିକୀୟ ସୈନ୍ୟ ରହିଛନ୍ତି। ଅକ୍ଟୋବର ୭ରେ ଇସ୍ରାଏଲ୍‌ ହମାସ ଯୁଦ୍ଧ ଆରମ୍ଭ ହେବା ପରଠୁ ଇରାନ ସମର୍ଥତ୍ତ ଆତଙ୍କବାଦୀମାନେ ଇରାକ ଓ ସିରିଆରେ ଥିବା ଆମେରିକା ସେନା ଘାଟି ଉପରେ ଅନୂ୍ୟନ ୧୬୬ ଥର ରକେଟ, ମିଶାଇଲ ଓ ଡ୍ରୋନ୍‌ ଆକ୍ରମଣ କଲେଣି। ଆମେରିକା ମଧ୍ୟ ୟେମେନରେ ହୁଟିଙ୍କୁ ଟାର୍ଗେଟ କରି ଏୟାରଷ୍ଟ୍ରାଇକ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri