କିମ୍‌-ପୁଟିନ ଭେଟ ନେଇ ଚିନ୍ତାରେ ଆମେରିକା…

ଓ୍ବାଶିଂଟନ,୧୪।୯: ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହୋଇଥିବା ସାକ୍ଷାତକୁ ନେଇ ଆମେରିକା ନିନ୍ଦା କରିଛି। ଚିନ୍ତାଗ୍ରସ୍ତ ଆମେରିକା ଉଭୟ ଦେଶକୁ ଚେତାବନୀ ଦେଇଛି।

ଆମେରିକା ବୈଦେଶିକ ବିଭାଗ କହିଛି ଯଦି ରୁଷିଆ ଏବଂ ଉତ୍ତର କୋରିଆ ମଧ୍ୟରେ କୌଣସି ପ୍ରକାର ଅସ୍ତ୍ର ଚୁକ୍ତି ସ୍ବାକ୍ଷରିତ ହୁଏ, ତେବେ ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନ ସେମାନଙ୍କ ଉପରେ ନୂତନ ତଥା ଅଧିକ କଟକଣା ଲାଗୁ କରିବାକୁ ପଛଘୁଞ୍ଚା ଦେବ ନାହିଁ।

ଆମେରିକାର ବୈଦେଶିକ ବିଭାଗର ମୁଖପାତ୍ର ମାଥ୍ୟୁ ମିଲର ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନଙ୍କ ମଧ୍ୟରେ ହୋଇଥିବାବୈଠକକୁ ନେଇ ଚେତାବନୀ ଦେଇଛନ୍ତି। ମାଥ୍ୟୁ ମିଲର ଦୁଇ ନେତାଙ୍କ ବୈଠକ ସମ୍ପର୍କରେ ପ୍ରଶ୍ନ ଉଠାଇଛନ୍ତି।
ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ମିଲର କହିଛନ୍ତି

ଉତ୍ତର କୋରିଆ ଏବଂ ରୁଷିଆ ମଧ୍ୟରେ ଅସ୍ତ୍ର ବିକ୍ରିରେ ଏକ ଭୂମିକା ଗ୍ରହଣ କରିଥିବା ସଂସ୍ଥା ବିରୋଧରେ ଆମେ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛୁ। ଏହା ବ୍ୟତୀତ, ଆବଶ୍ୟକ ହେଲେ ଆମେ ଅତିରିକ୍ତ ପ୍ରତିବନ୍ଧକ ଲଗାଇବାରେ ବିଳମ୍ବ କରିବୁ ନାହିଁ ।

ଆମେରିକାର ଅଧିକାରୀ ଏହାକୁ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ନିଷ୍ପତ୍ତିର ଉଲ୍ଲଂଘନ ବୋଲି କହିଛନ୍ତି। ସେ କହିଛନ୍ତି ରୁଷିଆ ଏବଂ ଉତ୍ତର କୋରିଆ ସେମାନଙ୍କର ସହଯୋଗ ବୃଦ୍ଧି ପାଇଁ ଆଲୋଚନା କରୁଛନ୍ତି, ଯାହା ଜାତିସଂଘର ନିଷ୍ପତ୍ତିକୁ ଅଟକାଇବ।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri