ହଲିଉଡ ଅଭିନେତା ଷ୍ଟିଫେନ ବସଙ୍କ ପରଲୋକ

ଲସ ଆଞ୍ଜେଲସ,୧୫ ।୧୨: ହଲିଉଡ ଇଣ୍ଡଷ୍ଟ୍ରିର ବେଶ ଜଣାଶୁଣା ଅଭିନେତା, ଡ୍ୟାନ୍ସର ତଥା ଡିଜେ ଷ୍ଟିଫେନ ବସଙ୍କର ପରଲୋକ ହୋଇଛି । ଏକ ରିପୋର୍ଟ ଅନୁଯାୟୀ, ୧୩ ଡିସେମ୍ବର ୨୦୨୨ରେ ଅଭିନେତାଙ୍କ ପରଲୋକ ହୋଇଛି । କୁହାଯାଉଛି କି ବସ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୃତଦେହ ଏକ ହୋଟେଲ ରୁମରୁ ମିଳିଛି । ଷ୍ଟିଫେନ ବସ ‘ଦ ଏଲିନ ଡି ଜଁନର୍ସ’ ଓ ‘ସୋ ୟୁ ଥିଙ୍କ ୟୁ କ୍ୟାନ ଡ୍ୟାନ୍ସ’ ଭଳି ଶୋ’ ପାଇଁ ବେଶ ପପୁଲାର ଥିଲେ । ଏହା ବ୍ୟତୀତ ସେ ତାଙ୍କର ଚମତ୍କାର ଡ୍ୟାନ୍ସ ପାଇଁ ବି ବେଶ ପରିଚିତ ।
ମିଡିଆ ରିପୋର୍ଟସ ଅନୁଯାୟୀ, ଷ୍ଟିଫେନଙ୍କ ମୃତଦେହ ଲସ ଆଞ୍ଜେଲସର ଏକ ହୋଟେଲ ରୁମରୁ ମିଳିଛି । ଏପଟେ ଷ୍ଟିଫେନଙ୍କ ପତ୍ନୀ ଏଲିସନ ହଂକର କହିଛନ୍ତି, ବସ ତାଙ୍କ କାର ନ ନେଇ ଘରୁ ଚାଲିଯାଇଥିଲେ, ଯାହା ଆଶ୍ଚର୍ଯ୍ୟକର । କାରଣ ବସ ତାଙ୍କ ଗାଡି ବିନା କେଉଁଠିକି କେବେବି ଯାଆନ୍ତି ନାହିଁ ।
ଷ୍ଟିଫେନ ବସଙ୍କ ଅକାଳ ବିୟୋଗକୁ ନେଇ ଚକିତ ହୋଇଛନ୍ତି ପରିବାର ସଦସ୍ୟ । ଏହା ସହ ଏହି ଖବର ତାଙ୍କ ପ୍ରଶଂସକଙ୍କ ମହଲରେ ଶୋକର ଛାୟା ଖେଳାଇ ଦେଇଛି । ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି, କି ଷ୍ଟିଫେନ ଗୁଳିକରି ଆତ୍ମହତ୍ୟା କରିଛନ୍ତି । ହେଲେ ଏହା ପଛର କାରଣ କ’ଣ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri