Posted inଖେଳ

ବ୍ରୋଞ୍ଜ୍‌ ପଦକ ହାସଲ ପରେ ଚେତା ହରାଇଲେ ଏହି ଆଥ୍‌ଲେଟ

ସେଣ୍ଟ-ଡେନିସ (ଫ୍ରାନ୍ସ), ୧୦ା୮: ଗୁରୁବାର ଅନୁଷ୍ଠିତ ପୁରୁଷ ୨୦୦ ମିଟର ଫାଇନାଲରେ ବ୍ରୋଞ୍ଜ ପଦକ ହାସଲ କରିବା ପରେ ଚେତାଶୂନ୍ୟ ହୋଇପଡ଼ିଥିଲେ ଆମେରିକାର ଅନ୍ୟତମ ଷ୍ଟାର ଆଥ୍‌ଲେଟ ନୋଆ ଲାଇଲ୍ସ। କୋଭିଡ୍‌ ପ୍ରଭାବ ଯୋଗୁ ଏପରି ହୋଇଥିବା ଅନୁମାନ କରାଯାଉଛି। ନୋଆ ଗତ ୩ ବର୍ଷ ହେଲା ତାଙ୍କ ଫେଭରାଇଟ୍‌ ୨୦୦ମିଟର ରେସରେ ଅପ୍ରତିଦ୍ୱନ୍ଦ୍ୱୀ ରହିଥିଲେ। ପ୍ୟାରିସ ଅଲିମ୍ପିକ୍ସରେ ସେ କିନ୍ତୁ ବୋତସୁଆନାର ଲଟ୍‌ସିଲ ଟେବୋଗୋ ଏବଂ ତାଙ୍କ ଦେଶର କେନି ବେଡନାରେକଙ୍କ ପଛରେ ତୃତୀୟ ସ୍ଥାନରେ ରହିଥିଲେ। ୪ବର୍ଷ ପୂର୍ବେ ଦେଖାଦେଇଥିବା ଏହି ପ୍ରାଣହାନି ଭାଇରସ ଗତ ଅଲିମ୍ପିକ୍ସରେ କ୍ଷତି ଘଟାଇଥିଲା। ପ୍ୟାରିସ ଗେମ୍ସରେ ମଧ୍ୟ ଏହା ସମସ୍ୟା ସୃଷ୍ଟି କରିଛି। ଦୁଇ ଦିନ ପୂର୍ବେ କୋଭିଡ୍‌ ଟେଷ୍ଟରେ ନୋଆଙ୍କ ପଜିଟିଭ ଆସିଥିଲା। ୟୁଏସ୍‌ଏ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଓ ୟୁଏସ୍‌ ଅଲିମ୍ପିକ ଏବଂ ପାରାଲିମ୍ପିକ କମିଟି ଅଫିସିଆଲଙ୍କ ଆଶୀର୍ବାଦ ଯୋଗୁ ଲାଇଲ୍ସ ଦୌଡ଼ରେ ଭାଗ ନେଇପାରିଥିଲେ। ସେମାନେ ପ୍ରୋଟୋକଲ ଅନୁସରଣ କରିବାରୁ ଏହା ସମ୍ଭବ ହୋଇପାରିିଥିଲା। ନୋଆ ୧୯.୭୦ ଟାଇମିଂରେ ତାଙ୍କ ରେସ୍‌ ଶେଷ କରିଥିଲେ। ଏହା ତାଙ୍କ ବ୍ୟକ୍ତିଗତ ଶ୍ରେଷ୍ଠଠାରୁ .୩୯ ପଛରେ ରହିଥିଲା। ସେ ୨୧ବର୍ଷୀୟ ଟେବୋଗୋଙ୍କଠାରୁ ସେ .୨୪ ପଛରେ ରହିଥିଲେ। ଲାଇଲ୍ସଙ୍କ ୟୁଏସ୍‌ ଟିମ୍‌ମେଟ୍‌ କେନି ଦ୍ୱିତୀୟ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri